ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ,୪ା୨(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ରାୟ ପ୍ରକାଶ କରି ମୋକିମ ପ୍ରାର୍ଥିପତ୍ର ଦାଖଲ ବେଳେ ଆପରାଧିକ ମାମଲାର ସବିଶେଷ ତଥ୍ୟ ପ୍ରଦାନ କରି ନ ଥିବାରୁ ତାଙ୍କ ନିର୍ବାଚନ ଅସିଦ୍ଧ ବୋଲି ଘୋଷଣା କରିଛନ୍ତି।
ଉଲ୍ଲେଖଯୋଗ୍ୟ, ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମଣ୍ଡଳୀର ବିଜୟୀ ପ୍ରାର୍ଥୀ କଂଗ୍ରେସ ବିଧାୟକ ମହମ୍ମଦ୍‌ ମୋକିମ୍‌ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ହାଇକୋର୍ଟରେ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ମାମଲା ରୁଜୁ କରାଯାଇଥିଲା। ବିଧାୟକ ମୋକିମ୍‌ ତାଙ୍କ ସତ୍ୟପାଠରେ ଅନେକ ତଥ୍ୟ ଲୁଚାଇଥିବା ଆବେଦନକାରୀ ସାମନ୍ତରାୟ ଅଭିଯୋଗ କରିଥିଲେ। ହାଇକୋର୍ଟରେ ମାମଲାର ଦୀର୍ଘଦିନର ଶୁଣାଣି ପରେ ଅନ୍ତିମ ପର୍ଯ୍ୟାୟରେ ଆବେଦନକାରୀ ଦେବାଶିଷ ସାମନ୍ତରାୟ ଓ ପ୍ରତିପକ୍ଷ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶେଷ ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଉଭୟ ପକ୍ଷରେ ଉପସ୍ଥାପନ କରିଥିବା ବାଚନିକ ଯୁକ୍ତିକୁ ଲିଖିତ ଆକାରରେ ଅଦାଲତରେ ଫେବୃଆରୀ ୭ରେ ଦାଖଲ କରାଯାଇଥିଲା। ବିଚାରପତି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଆବେଦନକାରୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମିଲନ୍‌ କାନୁନ୍‌ଗୋ, ଆଇନଜୀବୀ ଗୋପାଳ ଅଗ୍ରଓ୍ବାଲ ଏବଂ ପ୍ରତିପକ୍ଷ ବିଧାୟକ ମୋକିମ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ତରଣୀକାନ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri