ଛାଡପତ୍ର ପରେ ଅନୁଭବଙ୍କୁ ପାନେ ଦେଲେ ବର୍ଷା, ଯୌତୁକ ପାଇଁ …

ଭୁବନେଶ୍ୱର,୩୦।୧: ପୂର୍ବତନ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଲା। ଅନୁଭବ ମହାନ୍ତିଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ହେବ ବିଚାର। ନିମ୍ନ ଅଦାଲତରେ ମାମଲା ଚାଲିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ମାମଲାରୁ ବାଦ୍‌ ଦେବା ପାଇଁ ଅନୁଭବ କରିଥିଲେ ଡିସଚାର୍ଜ ପିଟିସନ। ଉଭୟ ପକ୍ଷଙ୍କ ଶୁଣାଣି ପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ। ତେବେ ଆଜି ମମାଲା ରାୟ ପ୍ରକାଶରେ ତଳ କୋର୍ଟଙ୍କ ଚାର୍ଜଫ୍ରେମ ନିର୍ଦ୍ଦେଶକୁ କାଏମ ରଖିଛନ୍ତି ହାଇକୋର୍ଟ। ବର୍ଷା ଓ ଅନୁଭବ ପାରିବାରିକ ବିବାଦ ଚାଲିଥିଲା ବେଳେ ବର୍ଷା ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଏବଂ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ ବର୍ଷା। ଏନେଇ କଟକ ପୁରୀଘାଟ ଥାନାରେ ବର୍ଷା ନିର୍ଯାତନା ମାମଲା ଦାୟର କରିଥିଲେ । ଏହି ମାମଲାରେ ନିମ୍ନ ଅଦାଲତ ଦେଇଥିବା ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ଅନୁଭବ। ହାଇକୋର୍ଟରେ ଆବେଦନ ଖାରଜ ପରେ ଏବେ ଅନୁଭବ ସାମ୍ନା କରିବେ ଆଇନଗତ କାର୍ଯ୍ୟାନୁଷ୍ଠାନ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri