ଭୁବନେଶ୍ୱର,୩୦।୧: ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ଅଡ଼ୁଆ ବଢିଛି । ଅନୁଭବଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ। ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା। ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ ହାଇକୋର୍ଟ କାଏମ ରଖିଛନ୍ତି। ଅନୁଭବ ଓ ସହଯୋଗୀ ଖଗେଶ୍ବରଙ୍କ ହେବ ବିଚାର। ପୁରୀଘାଟ ଥାନାରେ ନିର୍ଯାତନା ମାମଲା ହୋଇଥିଲା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟ ଯାଇଥିଲେ। ଆବେଦନ ଖାରଜ ପରେ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ସାମ୍ନା କରିବେ ଅନୁଭବ।

