ଜନସ୍ବାର୍ଥ ମାମଲାକୁ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୭।୬:କେନ୍ଦ୍ର ସରକାରଙ୍କ ୨୦୦୦ ଟଙ୍କିଆ ନୋଟ୍‌ ବନ୍ଦ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି ଅବକାଶକାଳୀନ ଖଣ୍ଡପୀଠରେ ମଙ୍ଗଳବାର ହୋଇଥିଲା। ହାଇକୋର୍ଟର ଅବକାଶକାଳୀନ ବିଚାରପତି ଏସ୍‌. କେ. ସାହୁ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ଖାରଜ କରିଦେଇଛନ୍ତି। ଏଭଳି ମାମଲା ପ୍ରଚାର ପାଇଁ ଉଦ୍ଦିଷ୍ଟ ଓ ଏଥିରେ କୌଣସି ଲୋକଙ୍କ ହିତ ନିହିତ ନାହିଁ। ଭାରତ ସରକାରଙ୍କର ଏହା ଅର୍ଥନୈତିକ ଯୋଜନା ସମ୍ପର୍କିତ ହୋଇଥିବାରୁ ସୁପ୍ରିମକୋର୍ଟଙ୍କ ପୂର୍ବ ନିଷ୍ପତ୍ତି ଆଧାରରେ ଏଭଳି ମାମଲା ବିଚାରଯୋଗ୍ୟ ନୁହେଁ ବୋଲି ହାଇକୋର୍ଟ ବିଚାରପତି ମତ ଦେଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଦ୍ବାରା ଛପାଯାଇଥିବା ୨୦୦୦ ଟଙ୍କିଆ ନୋଟ୍‌ର ପ୍ରଳଚନ ଅବଧି ଏତେ କମ୍‌ ସମୟ କାହିଁକି ରହିଲା ଏବଂ ଅନ୍ୟ କୌଣସି ନୋଟ୍‌ କାହିଁକି ବଦଳାଗଲା ନାହିଁ ଏ ବାବଦରେ ଆରବିଆଇ ସ୍ପଷ୍ଟୀକରଣ ରଖିବା ନିମନ୍ତେ ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ପକ୍ଷରୁ ହାଇକୋର୍ଟରେ ଗତ ମେ’ ୩୧ରେ ମାମଲା ଦାୟର ହୋଇଥିଲା। ୨୦୦୦ ଟଙ୍କିଆ ନୋଟ୍‌ ବଦଳ ସମୟରେ କୌଣସି ନିୟମାବଳୀ ରଖାଯାଇନାହିଁ। ଫଳରେ କେତେଜଣ ବ୍ୟକ୍ତି ବା ସଂସ୍ଥା ବାରମ୍ବାର ବ୍ୟାଙ୍କକୁ ଯାଇ ନୋଟ୍‌ ବଦଳାଉଛନ୍ତି। ଏଭଳି ନିୟମରେ ପରିବର୍ତ୍ତନ ଆଣିବା, ୨୦୦୦ ଟଙ୍କିଆ ନୋଟ୍‌ ବଦଳ ସମୟରେ ସମ୍ପୃକ୍ତ ବ୍ୟକ୍ତି ତାଙ୍କ ମୋବାଇଲ ନମ୍ବର, ଆଧାର କାର୍ଡ, ଆୟର ଉତ୍ସ, ପାନ୍‌ କାର୍ଡର ବିବରଣୀ ପ୍ରଦାନ ବାଧ୍ୟତାମୂଳକ କରିବା ଏବଂ କେଉଁ ପରିସ୍ଥିତିରେ ଏହି ନୋଟ୍‌ ବଜାରରୁ ହଟାଇଦେବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ପିଟିଶନରେ ଦର୍ଶାଯାଇଥିଲା। ଏଥିସହ ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବା ସମୟରେ କଳାଧନ ରଖିଥିବା ବ୍ୟକ୍ତିଙ୍କୁ ଧରିବା ପାଇଁ କ’ଣ ପଦକ୍ଷେପ ନିଆଯାଇଛି ପ୍ରତିପକ୍ଷ ଭାରତ ସରକାରଙ୍କୁ ଜବାବ ରଖିବାକୁ ମଧ୍ୟ ନିବେଦନ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରଗଡ଼ ଓ ଭାରତ ସରକାରଙ୍କ ପକ୍ଷରୁ ଡେପୁଟି ସଲିସିଟର ଜେନେରାଲ ଅଫ୍‌ ଇଣ୍ଡିଆ ପ୍ରସନ୍ନ କୁମାର ପାଢ଼ୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri