ଜନସ୍ବାର୍ଥ ମାମଲାକୁ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୭।୬:କେନ୍ଦ୍ର ସରକାରଙ୍କ ୨୦୦୦ ଟଙ୍କିଆ ନୋଟ୍‌ ବନ୍ଦ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି ଅବକାଶକାଳୀନ ଖଣ୍ଡପୀଠରେ ମଙ୍ଗଳବାର ହୋଇଥିଲା। ହାଇକୋର୍ଟର ଅବକାଶକାଳୀନ ବିଚାରପତି ଏସ୍‌. କେ. ସାହୁ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ଖାରଜ କରିଦେଇଛନ୍ତି। ଏଭଳି ମାମଲା ପ୍ରଚାର ପାଇଁ ଉଦ୍ଦିଷ୍ଟ ଓ ଏଥିରେ କୌଣସି ଲୋକଙ୍କ ହିତ ନିହିତ ନାହିଁ। ଭାରତ ସରକାରଙ୍କର ଏହା ଅର୍ଥନୈତିକ ଯୋଜନା ସମ୍ପର୍କିତ ହୋଇଥିବାରୁ ସୁପ୍ରିମକୋର୍ଟଙ୍କ ପୂର୍ବ ନିଷ୍ପତ୍ତି ଆଧାରରେ ଏଭଳି ମାମଲା ବିଚାରଯୋଗ୍ୟ ନୁହେଁ ବୋଲି ହାଇକୋର୍ଟ ବିଚାରପତି ମତ ଦେଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଦ୍ବାରା ଛପାଯାଇଥିବା ୨୦୦୦ ଟଙ୍କିଆ ନୋଟ୍‌ର ପ୍ରଳଚନ ଅବଧି ଏତେ କମ୍‌ ସମୟ କାହିଁକି ରହିଲା ଏବଂ ଅନ୍ୟ କୌଣସି ନୋଟ୍‌ କାହିଁକି ବଦଳାଗଲା ନାହିଁ ଏ ବାବଦରେ ଆରବିଆଇ ସ୍ପଷ୍ଟୀକରଣ ରଖିବା ନିମନ୍ତେ ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ପକ୍ଷରୁ ହାଇକୋର୍ଟରେ ଗତ ମେ’ ୩୧ରେ ମାମଲା ଦାୟର ହୋଇଥିଲା। ୨୦୦୦ ଟଙ୍କିଆ ନୋଟ୍‌ ବଦଳ ସମୟରେ କୌଣସି ନିୟମାବଳୀ ରଖାଯାଇନାହିଁ। ଫଳରେ କେତେଜଣ ବ୍ୟକ୍ତି ବା ସଂସ୍ଥା ବାରମ୍ବାର ବ୍ୟାଙ୍କକୁ ଯାଇ ନୋଟ୍‌ ବଦଳାଉଛନ୍ତି। ଏଭଳି ନିୟମରେ ପରିବର୍ତ୍ତନ ଆଣିବା, ୨୦୦୦ ଟଙ୍କିଆ ନୋଟ୍‌ ବଦଳ ସମୟରେ ସମ୍ପୃକ୍ତ ବ୍ୟକ୍ତି ତାଙ୍କ ମୋବାଇଲ ନମ୍ବର, ଆଧାର କାର୍ଡ, ଆୟର ଉତ୍ସ, ପାନ୍‌ କାର୍ଡର ବିବରଣୀ ପ୍ରଦାନ ବାଧ୍ୟତାମୂଳକ କରିବା ଏବଂ କେଉଁ ପରିସ୍ଥିତିରେ ଏହି ନୋଟ୍‌ ବଜାରରୁ ହଟାଇଦେବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ପିଟିଶନରେ ଦର୍ଶାଯାଇଥିଲା। ଏଥିସହ ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବା ସମୟରେ କଳାଧନ ରଖିଥିବା ବ୍ୟକ୍ତିଙ୍କୁ ଧରିବା ପାଇଁ କ’ଣ ପଦକ୍ଷେପ ନିଆଯାଇଛି ପ୍ରତିପକ୍ଷ ଭାରତ ସରକାରଙ୍କୁ ଜବାବ ରଖିବାକୁ ମଧ୍ୟ ନିବେଦନ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରଗଡ଼ ଓ ଭାରତ ସରକାରଙ୍କ ପକ୍ଷରୁ ଡେପୁଟି ସଲିସିଟର ଜେନେରାଲ ଅଫ୍‌ ଇଣ୍ଡିଆ ପ୍ରସନ୍ନ କୁମାର ପାଢ଼ୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?