ନିଜଆଡୁ ମାମଲା ରୁଜୁ କଲେ ହାଇକୋର୍ଟ

କଟକ ଅଫିସ, ୧୯ା୪: କଟକ ଓ ଭୁବନେଶ୍ୱରରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୋମବାର ହାଇକୋର୍ଟ ନିଜ ପକ୍ଷରୁ ଏକ ମାମଲା ରୁଜୁ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦ ୧୦ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି କି ନାହିଁ ଓ ଯେଉଁମାନେ ଏଥିପାଇଁ ଦାୟୀ ସେମାନଙ୍କ ବିରୋଧରେ କି ପଦକ୍ଷେପ ରାଜ୍ୟ ସରକାର ନେଇଛନ୍ତି ତାହା ହାଇକୋର୍ଟ ଜାଣିବାକୁ ଚାହିଁଛନ୍ତି। ମୃତ ଶ୍ରମିକମାନେ ଯଦି ଅନୁସୂଚିତ ଜାତି/ଜନଜାତିର ହୋଇଥାନ୍ତି ତେବେ ଦୋଷୀଙ୍କ ବିରୋଧରେ ଫୌଜଦାରୀ ମାମଲା ଦାୟର କରିବା ପାଇଁ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ବି. ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ମାର୍ଚ୍ଚ ୧୯ରେ ଭୁବନେଶ୍ୱର ବଡ଼ଗଡ ଥାନା ଅଧୀନ ବ୍ରହ୍ମେଶ୍ୱରବାଗ ଅଞ୍ଚଳରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଗତ ୧୫ ତାରିଖରେ ସିଡିଏ ସେକ୍ଟର-୧୦ ଗଡ଼ା ଛକ ରାସ୍ତାପାର୍ଶ୍ୱରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। କଟକ, ଖୋର୍ଦ୍ଧା ଜିଲାପାଳ, କଟକ ମହାନଗର ନିଗମ ଓ ଭୁବନେଶ୍ୱର ମହାନଗର ନିଗମ କମିଶନରଙ୍କୁ ଏହି ମାମଲାରେ ସତ୍ୟପାଠ ଜରିଆରେ ନିଜ ପକ୍ଷ ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କୁ ମୃତ ପରିବାର ଲୋକଙ୍କୁ ଭେଟିବା ପାଇଁ ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ’ ୧୦କୁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri