ନିଜଆଡୁ ମାମଲା ରୁଜୁ କଲେ ହାଇକୋର୍ଟ

କଟକ ଅଫିସ, ୧୯ା୪: କଟକ ଓ ଭୁବନେଶ୍ୱରରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୋମବାର ହାଇକୋର୍ଟ ନିଜ ପକ୍ଷରୁ ଏକ ମାମଲା ରୁଜୁ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦ ୧୦ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି କି ନାହିଁ ଓ ଯେଉଁମାନେ ଏଥିପାଇଁ ଦାୟୀ ସେମାନଙ୍କ ବିରୋଧରେ କି ପଦକ୍ଷେପ ରାଜ୍ୟ ସରକାର ନେଇଛନ୍ତି ତାହା ହାଇକୋର୍ଟ ଜାଣିବାକୁ ଚାହିଁଛନ୍ତି। ମୃତ ଶ୍ରମିକମାନେ ଯଦି ଅନୁସୂଚିତ ଜାତି/ଜନଜାତିର ହୋଇଥାନ୍ତି ତେବେ ଦୋଷୀଙ୍କ ବିରୋଧରେ ଫୌଜଦାରୀ ମାମଲା ଦାୟର କରିବା ପାଇଁ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ବି. ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ମାର୍ଚ୍ଚ ୧୯ରେ ଭୁବନେଶ୍ୱର ବଡ଼ଗଡ ଥାନା ଅଧୀନ ବ୍ରହ୍ମେଶ୍ୱରବାଗ ଅଞ୍ଚଳରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଗତ ୧୫ ତାରିଖରେ ସିଡିଏ ସେକ୍ଟର-୧୦ ଗଡ଼ା ଛକ ରାସ୍ତାପାର୍ଶ୍ୱରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। କଟକ, ଖୋର୍ଦ୍ଧା ଜିଲାପାଳ, କଟକ ମହାନଗର ନିଗମ ଓ ଭୁବନେଶ୍ୱର ମହାନଗର ନିଗମ କମିଶନରଙ୍କୁ ଏହି ମାମଲାରେ ସତ୍ୟପାଠ ଜରିଆରେ ନିଜ ପକ୍ଷ ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କୁ ମୃତ ପରିବାର ଲୋକଙ୍କୁ ଭେଟିବା ପାଇଁ ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ’ ୧୦କୁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri