୫ ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ,୧୭ା୨:ଜଗତ୍‌ସିଂହପୁର ଜିଲା ଢିଙ୍କିଆ ବିବାଦ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏକ ୫ ଜଣିଆ ଆଇନଜୀବୀ କମିଟି ଗଠନ କରିଛନ୍ତି। ଏହି କମିଟିରେ ୩ ଆବେଦନକାରୀଙ୍କ ଓକିଲ ଓ ୨ ଜଣ ସରକାରୀ ଓକିଲଙ୍କୁ ରଖାଯାଇଛି। ଆଇନଜୀବୀ ପ୍ରଶାନ୍ତ କୁମାର ଜେନା, ଓମ୍‌କାର ଦେବଦାସ, ସୁକାନ୍ତ କୁମାର ଦଳେଇ, ଦେବକାନ୍ତ ମହାନ୍ତି ଓ ଜନ୍ମେଞ୍ଜୟ କଟିକିଆଙ୍କୁ ନେଇ ଗଠିତ ଉକ୍ତ କମିଟି ଆସନ୍ତା ୧୯ ତାରିଖରେ ଘଟଣାସ୍ଥଳ ପରିଦର୍ଶନ କରିବ। ସେଠାକାର ଲୋକଙ୍କ ସହିତ ଆଲୋଚନା କରିବା ସହ ରିପୋର୍ଟ ପ୍ରସ୍ତୁତ କରି ହାଇକୋର୍ଟରେ ଦାଖଲ କରିବ। ଆସନ୍ତା ୨୩ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ଆବେଦନକାରୀ ଆଇନଜୀବୀ କ୍ଷୀରୋଦ ରାଉତ, ଢିଙ୍କିଆ ଅଞ୍ଚଳର କୁନି ମଲ୍ଲିକ, ପ୍ରତାପ ରୁଦ୍ର ସାମନ୍ତରାୟଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଛି। ଉକ୍ତ ମାମଲାରେ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜବାବ ଦାଖଲ କରାଯାଇ ପୋଲିସର ଲାଠିଚାଳନାକୁ ଅସ୍ବୀକାର କରାଯାଇଛି।
ମାମଲାର ବିବରଣୀରୁ ପ୍ରକାଶ, ଢିଙ୍କିଆ ଅଞ୍ଚଳରେ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ସମୟରେ ଗ୍ରାମବାସୀ ଓ ପୋଲିସ ମୁହଁାମୁହିଁ ହୋଇଥିଲେ। ଏହି ସମୟରେ ପୋଲିସ ଲାଠିଚାଳନା କରିବାରୁ ଅନେକ ଆନ୍ଦୋଳନକାରୀ ଆହତ ହୋଇଥିଲେ। ପୋଲିସର ଲାଠିଚାଳନାକୁ ବିରୋଧ କରିବା ସହ ଏହି ଘଟଣାର ନିରପେକ୍ଷ ତଦନ୍ତ ପାଇଁ ହାଇକୋର୍ଟରେ ପୃଥକ୍‌ ଭାବେ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। ପୋଲିସ ଆକ୍ରମଣରେ ଆହତ ହୋଇଥିବା ଲୋକଙ୍କୁ ମାଗଣା ଚିକିତ୍ସା ଓ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଆବେଦନରେ ଦର୍ଶାଯାଇଛି। ସେହିପରି ଲୋକମାନଙ୍କ ନାମରେ ହୋଇଥିବା ମିଥ୍ୟା ମାମଲା ପ୍ରତ୍ୟାହାର କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଆଦେଶ ଦିଅନ୍ତୁ ବୋଲି ଆବେଦନରେ ଦର୍ଶାଯାଇଛି। ଅନ୍ୟପକ୍ଷରେ ଅମାନୁଷିକ ଭାବେ ଲାଠିଚାର୍ଜ କରିଥିବା ପୋଲିସ ଏବଂ ପ୍ରଶାସନିକ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଓ ସେଠାରେ ତୁରନ୍ତ କାରଖାନା ପ୍ରତିଷ୍ଠା ଉଦ୍ୟମ ବନ୍ଦ କରିବାକୁ ଆଗତ ମାମଲାରେ ନିବେଦନ କରାଯାଇଛି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ରାଜସ୍ବ ସଚିବ, ଗୃହ ସଚିବ, ଡିଜିପି, ଜଗତ୍‌ସିଂହପୁର ଏସ୍‌ପି ଓ ଏରସମା ତହସିଲଦାରଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri