Posted inରାଜ୍ୟ

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ ଆବେଦନର ବିଚାରକରି ହାଇକୋର୍ଟ ବିଚାରପତି ଶଶିକାନ୍ତ ମିଶ୍ର ରାଜ୍ୟ ସରକାରଙ୍କ ମିଶନ ଶକ୍ତି ପୁନର୍ଗଠନ ସମ୍ପର୍କିତ ବିଜ୍ଞପ୍ତି ଉପରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଅଙ୍କୁଶ ଲଗାଇଛନ୍ତି। ଏହାସହିତ ରାଜ୍ୟ ସରକାରଙ୍କ ମିଶନଶକ୍ତି ବିଭାଗକୁ ଏନେଇ କାଉଣ୍ଟର ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ମେ’ ୧୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ରହିଛି।

ସୂଚନାଯୋଗ୍ୟ, ଜାନୁଆରୀ ୨୨ରେ ରାଜ୍ୟ ସରକାରଙ୍କ ମିଶନଶକ୍ତି ବିଭାଗ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି ହୋଇଥିଲା। ସେଥିରେ ରାଜ୍ୟ ସରକାର ପଞ୍ଚାୟତସ୍ତରରୁ ଜିଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କମିଟିର ପୁନର୍ଗଠନ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସେଥିରେ ଦୁଇଥରରୁ ଅଧିକ ସମୟ ଧରି ଥିବା କାର୍ଯ୍ୟକାରୀ ସଦସ୍ୟ ଉକ୍ତ ପଦରେ ରହିପାରିବେ ନାହିଁ। ଏହାସହିତ ଗୋଟିଏ ପରିବାରର ୨ଜଣ ସଦସ୍ୟ ମଧ୍ୟ କମିଟିରେ ନ ରହିବା ଭଳି କଟକଣା ରହିଥିଲା। ଏହାକୁ ନେଇ ଦିବ୍ୟଜ୍ୟୋତି ପ୍ରତିଭା ମିଶନଶକ୍ତି ଫେଡେରେଶନ ପକ୍ଷରୁ ହାଇକୋର୍ଟଙ୍କୁ ଗୁହାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri