କାଠଯୋଡ଼ିିକୁ ପ୍ରଦୂଷିତ ପାଣି ଛାଡ଼ ନାହିଁ: ହାଇକୋର୍ଟ

କଟକ ଅଫିସ,୨୯ା୩:ଖାନ୍‌ନଗରଠାରେ କାଠଯୋଡ଼ି ନଦୀରେ ମିଶୁଥିବା ପ୍ରଦୂଷିତ ଜଳକୁ ବନ୍ଦ କରିବାକୁ ହାଇକୋର୍ଟ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି)କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟର କେତେ ନଦୀରେ ଏହିପରି ପ୍ରଦୂଷିତ ଜଳ ମିଶୁଛି, ସେସମ୍ପର୍କରେ ତଥ୍ୟ ଦେବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କାଠଯୋଡ଼ି ନଦୀରେ ମିଶୁଥିବା ଏହି ପ୍ରଦୂଷିତ ଜଳକୁ ସିଏମ୍‌ସି ମତ୍ତଗଜପୁର ସ୍ବେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟକୁ ଛାଡ଼ିବା ପାଇଁ ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି ା ତେବେ ଜାଇକା ପ୍ରକଳ୍ପ କାର୍ଯ୍ୟ ଚାଲିଥିବାରୁ ଏଭଳି କରିବାକୁ ପଡୁଛି ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଥିଲା ା ଏହାର ସ୍ଥାୟୀ ସମାଧାନ ପାଇଁ ସିଏମ୍‌ସି କି ପଦକ୍ଷେପ ନେଇଛି ସେସମ୍ପର୍କରେ ସତ୍ୟପାଠ ଜରିଆରେ ପରବର୍ତ୍ତୀ ତାରିଖରେ ହାଇକୋର୍ଟଙ୍କୁ ଅବଗତ କରାଇବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସୋମବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାରୁ ପ୍ରକାଶ ଯେ, କଟକ ଖାନ୍‌ନଗର ପୂଜା କମିଟି ଖାନନଗରଠାରେ ମିଶୁଥିବା ପ୍ରଦୂଷିତ ଜଳକୁ ବନ୍ଦ କରିବା ନେଇ ୨୦୧୬ ମସିହାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ା ପରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଖାନନଗର ପୂଜା କମିଟି ପକ୍ଷରୁ କାଠଯୋଡି ଠାରେ ମିଶୁଥିବା ପ୍ରଦୂଷିତ ଜଳର ଫଟୋ ଓ ଭିଡିଓ କୋର୍ଟରେ ଦାଖଲ କରିଥିଲେ। ସେହିପରି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କାଠଯୋଡ଼ି ନଦୀରୁ ସଂଗ୍ରହ କରାଯାଇଥିବା ଜଳର ପରୀକ୍ଷଣ ରିପୋର୍ଟ ହାଇକୋର୍ଟରେ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri