କାଠଯୋଡ଼ିିକୁ ପ୍ରଦୂଷିତ ପାଣି ଛାଡ଼ ନାହିଁ: ହାଇକୋର୍ଟ

କଟକ ଅଫିସ,୨୯ା୩:ଖାନ୍‌ନଗରଠାରେ କାଠଯୋଡ଼ି ନଦୀରେ ମିଶୁଥିବା ପ୍ରଦୂଷିତ ଜଳକୁ ବନ୍ଦ କରିବାକୁ ହାଇକୋର୍ଟ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି)କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟର କେତେ ନଦୀରେ ଏହିପରି ପ୍ରଦୂଷିତ ଜଳ ମିଶୁଛି, ସେସମ୍ପର୍କରେ ତଥ୍ୟ ଦେବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କାଠଯୋଡ଼ି ନଦୀରେ ମିଶୁଥିବା ଏହି ପ୍ରଦୂଷିତ ଜଳକୁ ସିଏମ୍‌ସି ମତ୍ତଗଜପୁର ସ୍ବେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟକୁ ଛାଡ଼ିବା ପାଇଁ ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି ା ତେବେ ଜାଇକା ପ୍ରକଳ୍ପ କାର୍ଯ୍ୟ ଚାଲିଥିବାରୁ ଏଭଳି କରିବାକୁ ପଡୁଛି ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଥିଲା ା ଏହାର ସ୍ଥାୟୀ ସମାଧାନ ପାଇଁ ସିଏମ୍‌ସି କି ପଦକ୍ଷେପ ନେଇଛି ସେସମ୍ପର୍କରେ ସତ୍ୟପାଠ ଜରିଆରେ ପରବର୍ତ୍ତୀ ତାରିଖରେ ହାଇକୋର୍ଟଙ୍କୁ ଅବଗତ କରାଇବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସୋମବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାରୁ ପ୍ରକାଶ ଯେ, କଟକ ଖାନ୍‌ନଗର ପୂଜା କମିଟି ଖାନନଗରଠାରେ ମିଶୁଥିବା ପ୍ରଦୂଷିତ ଜଳକୁ ବନ୍ଦ କରିବା ନେଇ ୨୦୧୬ ମସିହାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ା ପରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଖାନନଗର ପୂଜା କମିଟି ପକ୍ଷରୁ କାଠଯୋଡି ଠାରେ ମିଶୁଥିବା ପ୍ରଦୂଷିତ ଜଳର ଫଟୋ ଓ ଭିଡିଓ କୋର୍ଟରେ ଦାଖଲ କରିଥିଲେ। ସେହିପରି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କାଠଯୋଡ଼ି ନଦୀରୁ ସଂଗ୍ରହ କରାଯାଇଥିବା ଜଳର ପରୀକ୍ଷଣ ରିପୋର୍ଟ ହାଇକୋର୍ଟରେ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri