ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ,୨୨ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି। ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ସମସ୍ତ ମାମଲା ଉପରେ ବୁଧବାର ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ହାଇକୋର୍ଟ। ଦାୟର ଜନସ୍ବାର୍ଥ ମାମଲା ସହ ଅନ୍ୟ ସମସ୍ତ  ପିଟିଶନକୁ ହାଇକୋର୍ଟ ଖାରଜ କରିଛନ୍ତି। ପୂର୍ବରୁ ଏ ସଂକ୍ରାନ୍ତୀୟ ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିସାରିଥିଲେ।
ସୁପ୍ରିମକୋର୍ଟଙ୍କ ଉକ୍ତ ନିର୍ଦ୍ଦେଶକୁ ଆଧାର କରି ହାଇକୋର୍ଟ ମଧ୍ୟ ଏହା କହିଛନ୍ତି ଯେ, ପରିକ୍ରମା ପ୍ରକଳ୍ପ ସମ୍ପର୍କିତ ଆବେଦନକୁ ଜନସ୍ବାର୍ଥ ମାମଲା କୁହାଯାଇ ପାରିବନାହିଁ । ତେଣୁ ମୂଳ ମାମଲା ସହିତ ଅନ୍ୟ ସମସ୍ତ ବିଚାରାଧୀନ ମାମଲାଗୁଡ଼ିକୁ ହାଇକୋର୍ଟ ଖାରଜ କରିଛନ୍ତି । ଯେହେତୁ ପୂର୍ବରୁ ସୁପ୍ରିମକୋର୍ଟ ମାମଲାକୁ ରଦ୍ଦ କରିସାରିଛନ୍ତି, ତେଣୁ ଆଉ ଶୁଣାଣି କରିବାର ଆବଶ୍ୟକତା ନାହିଁ ବୋଲି ମୁଖ୍ୟ ବିଚାରପତିଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ରାୟ ଶୁଣାଇଛନ୍ତି ।

ସୂଚନାଯୋଗ୍ୟ, ପରିକ୍ରମା ପ୍ରକଳ୍ପକୁ ବିରୋଧ କରି ପୁରୀ ବାସିନ୍ଦା ଦିଲ୍ଲୀପ ବରାଳ ପ୍ରଥମେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ପରେ ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ମଧ୍ୟ ଏକାଧିକ ଆବେଦନ ହୋଇଥିଲା। ତେବେ ମାମଲାଗୁଡ଼ିକ ହାଇକୋର୍ଟରେ ବିଚାରାଧୀନ ଥିବା ଅବସ୍ଥାରେ ସମାନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟରେ ଆଉ ଦୁଇଟି ମାମଲା ଦାୟର ହୋଇଥିଲା। ଯାହାକୁ ନିକଟରେ ସୁପ୍ରିମକୋର୍ଟ ଖାରଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri