କନଷ୍ଟେବଳ ନିଯୁକ୍ତି ବୟସ ସୀମା ୪ ବର୍ଷ କୋହଳ, ଆଶାୟୀ ଆଶ୍ୱସ୍ତ

କଟକ ଅଫିସ,୨୪।୧: ରାଜ୍ୟରେ କନଷ୍ଟେବଳ ନିଯୁକ୍ତି ନେଇ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ପଦବୀ ଲାଗି ଆବେଦନକାରୀଙ୍କ ଲାଗି ବୟସ ସୀମା ୪ ବର୍ଷ କୋହଳ କରାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ କରୋନା ମହାମାରୀକୁ ନେଇ ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ପରୀକ୍ଷା ହୋଇ ନ ଥିବାରୁ କୋର୍ଟ ଏହି ନିର୍ଦ୍ଦେଶ ଦେଇଥିବା ବେଳେ ଆଗକୁ ଏହା ହୋଇପାରିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।

୨୦୨୨ ଡିସେମ୍ବର ୩୦ରେ ୪,୭୯୦ କନଷ୍ଟେବଳ ପଦବୀ ଲାଗି ବିଜ୍ଞାପନ ପ୍ରକାଶ ପାଇଥିଲା। ଏଥିଲାଗି ବୟସ କୋହଳ ନେଇ ଆଶାୟୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମଙ୍ଗଳବାର ଏହାକୁ ନେଇ ରାୟ ପ୍ରକାଶ କରି ବୟସ ସୀମାକୁ କୋହଳ କରିଛନ୍ତି ହାଇକୋର୍ଟ। ଏଥିସହ ଆବେଦନ ଶେଷ ତାରିଖ ଜାନୁୟାରୀ ୨୧ ବଦଳରେ ଫେବୃୟାରୀ ୧୦କୁ ବୃଦ୍ଧି, ଫେବୃୟାରୀ ୨୦ରେ ପରୀକ୍ଷା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ଜାନୁୟାରୀ ୩୦ ସୁଦ୍ଧା ସଂଶୋଧିତ ବିଜ୍ଞାପନ ପ୍ରକାଶ କରିବା ଲାଗି ମଧ୍ୟ କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri