ମିଳିଲା ଜାମିନ, ହେଲେ ଜେଲ୍‌ରେ ମୁକୁଳି ପାରିବେନି

କଟକ ଅଫିସ,୧୮।୧୨ : ଅର୍ଥତତ୍ତ୍ୱ ମୁଖ୍ୟ ପ୍ରଦୀପ ସେଠୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲା ସହିତ ଅନ୍ୟ ଦୁଇଟି ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି । ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଦୀପଙ୍କ ତିନୋଟି ପୃଥକ ଜାମିନ ଆବେଦନର ଶୁଣାଣି କରି ଏହି ରାୟ ପ୍ରକାଶ କରିଛନ୍ତି । ସାଢେ ୮ ବର୍ଷରୁ ଅଧିକ ସମୟ ଧରି ପ୍ରଦୀପ ଜେଲରେ ରହିବା ପ୍ରସଙ୍ଗକୁ ବିଚାରକୁ ନେଇ ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି । ତେବେ ହାଇକୋର୍ଟରୁ ଜାମିନ ମିଳିଥିଲେ ହେଁ ପ୍ରଦୀପ କିନ୍ତୁ ଜେଲ୍‌ରୁ ମୁକୁଳି ପାରିବେ ନାହିଁ । କାରଣ ତାଙ୍କୁ ଅନ୍ୟ କିଛି ମାମଲାରେ ଏ ପର୍ଯ୍ୟନ୍ତ ଜାମିନ ମିଳିନାହିଁ।

କହିରଖୁଛୁ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଅର୍ଥତତ୍ତ୍ୱ କାରବାର ମାମଲାରେ ପ୍ରଦୀପଙ୍କୁ ଜିମାରେ ନେଇ ଜେରା କରିବା ସହିତ ବହୁ ସ୍ଥାବର ଓ ଅସ୍ଥାବର ସଂପତ୍ତି ଜବତ କରିଥିଲା । ସେହିଭଳି ଭାବେ ୨୦୧୩ରେ ବାଲେଶ୍ୱର ସହଦେବଖୁଣ୍ଟା ଥାନାରେ ଓ ଗଞ୍ଜାମ ଛତ୍ରପୁର ଥାନାରେ ଅର୍ଥତତ୍ତ୍ୱ ଠକେଇ ନେଇ ରୁଜୁ ମାମଲାରେ ମଧ୍ୟ ପ୍ରଦୀପ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri