ବିଧାୟକଙ୍କ ଲାଗି ନୂତନ କ୍ୱାର୍ଟର୍ସ ନିର୍ମାଣ ମାମଲାରେ ହାଇକୋର୍ଟରେ ଶୁଣାଣି

କଟକ ଅଫିସ,୨।୬: ବିଧାୟକଙ୍କ ନିମନ୍ତେ ନୂତନ କ୍ୱାର୍ଟର୍ସ ଲାଗି ରବିନ୍ଦ୍ର ମଣ୍ଡପଠାରୁ କମିଶନରେଟ କାର୍ଯ୍ୟାଳୟ ମଧ୍ୟରେ ଆଖିବୁଜା ଗଛ କଟା ଚାଲିଛି। ଏଯାବତ ୩ଶହରୁ ଊର୍ଦ୍ଧ୍ୱ ଗଛ କଟାଯାଇଥିବା ବେଳେ ୮୦୦ ଗଛ କଟାଯିବାକୁ ଲକ୍ଷ୍ୟ ରଖାଯାଇଛି। ବିକାଶ ନାମରେ ବର୍ଷ ବର୍ଷର ପୁରୁଣା ଗଛକୁ କାଟି ଦିଆଯାଉଛି। ଏହା ସାଧାରଣ ଲୋକଙ୍କୁ ବ୍ୟଥିତ କରିଥିବା ବେଳେ ଏନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଗୁରୁବାର ହାଇକୋର୍ଟରେ ଏହି ମାମଲାର ଶୁଣାଣି ହୋଇଥିବା ବେଳେ ବିଧାୟକଙ୍କ ନିମନ୍ତେ ଆପାର୍ଟମେଣ୍ଟ ନିର୍ମାଣ, ହେଉଥିବା ଗଛକଟା ଓ ବନୀକରଣ ନେଇ ବିସ୍ତୃତ ବିବରଣୀ ମାଗିଛନ୍ତି ହାଇକୋର୍ଟ। ସାଧାରଣ ପ୍ରଶାସନ ବିଭାଗ ସଚିବ ସତ୍ୟପାଠ ଜରିଆରେ ଏହାର ଉତ୍ତର ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଜୁନ ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ଦିନଧାର୍ଯ୍ୟ କରାଯାଇଛି। ତେବେ ଏହା ମଧ୍ୟରେ ଗଛ ନ କାଟିବାକୁ ହାଇକୋର୍ଟ ସରକାରୀ ଓକିଲଙ୍କୁ ତାଗିଦ କରଛନ୍ତି। ଆଭିଡେଭିଟ ଦାଖଲ ନ ହେବା ପର୍ଯ୍ୟନ୍ତ ଗଛ ନ କାଟିବାକୁ ସରକାରୀ ଓକିଲ ପ୍ରତିଶ୍ରୁତି ଦେଇଥିବା ବେଳେ ଏଥିରେ ଖିଲାପ ହେଲେ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବୁ ବୋଲି ଆବେଦନକାରୀଙ୍କ ଓକିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri