ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଣାର୍କ,୧୯।୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରୁ ବାଲି ଚୋରି ଘଟଣାରେ ୪ ସପ୍ତାହ ମଧ୍ୟରେ ତଦନ୍ତ ସାରିବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଘଟଣା ସମ୍ପର୍କରେ କୋଣାର୍କ ଆଞ୍ଚଳିକ ବିକାଶ ପରିଷଦ ସଭାପତି ସୁବାସ ନାୟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୂଚନା ଥାଉକି, ଗତ ଡିସେମ୍ବର ୮ତାରିଖ ବିଳମ୍ବିତ ରାତିରେ ସୂର୍ଯ୍ୟମନ୍ଦିର ପରିସରରୁ ବାଲି ଓ ମୂଲ୍ୟବାନ ପଥର ଚୋରା ଚାଲାଣ ହୋଇଥିବା କୋଣାର୍କ ଥାନାରେ ଅଭିଯୋଗ ହୋଇଥିଲା। କୋଣାର୍କ ସୁରକ୍ଷା ସମିତି ଓ କୋଣାର୍କ ଆଞ୍ଚଳିକ ବିକାଶ ପରିଷଦ ଏହି ଅଭିଯୋଗ ଆଣିଥିଲେ। ସୂର୍ଯ୍ୟମନ୍ଦିର ପରିସରରୁ ପ୍ରାୟ ୨୦୦ ଟ୍ରିପରୁ ଅଧିକ ବାଲି ମେଶିନ ସାହା୍ଯଯରେ ଚୋରା ଚାଲାଣ ହୋଇ ଏଏସଆଇ ବିଭାଗର କର୍ମଚାରୀଙ୍କ ବାସଭବନ ପରିସରରେ ଏହି ବାଲି ଓ ପଥର ପକାଇଥିବା ଜଣାପଡିଥିଲା। ଅଭିଯୋଗକ୍ରମେ ଗୋପ ତହସିଲଦାର ପ୍ରାଥମିକ ତଦନ୍ତ କରିଥିଲେ। ଗତ ଡିସେମ୍ବର ୧୧ରେ ସୁରକ୍ଷା ସମିତି ଓ ବିକାଶ ପରିଷଦ ପକ୍ଷରୁ ଏ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ, ଏଏସଆଇ ଡିଜି, ମୁଖ୍ୟମନ୍ତ୍ରୀ, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଅନ୍ୟପକ୍ଷେ ଭିଆଇପି ପାର୍କିଂ ନିମନ୍ତେ ଏଠାରୁ ବାଲି କଢାଯାଇ ସମତୁଲ କରାଯାଇଥିବା ଏଏସ୍‌ଆଇ ଅଧିକାରୀ କହିଥିଲେ। ପରେ ଏହି ଅଭିଯୋଗର ହାଇକୋର୍ଟ ଶୁଣାଣି କରି ପୁରୀ ଏସ୍‌ପିଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦେଇ ଖୁବଶୀଘ୍ର ରିପୋର୍ଟ ଦେବାକୁ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri