ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ

କଟକ ଅଫିସ୍‌, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ଏଥିସହ ପୋକ୍‌ସୋ ଅଦାଲତ ନିଜ ରାୟର ସମୀକ୍ଷା କରିବାକୁ ଉଚ୍ଚ ଅଦାଲତ କହିଛନ୍ତି। ୨୦୧୯ ଜାନୁୟାରୀ ୨୦ରେ ଜଣେ ୧୨ ବର୍ଷର ନାବାଳିକାଙ୍କୁ ଅନୁଗୋଳ କାଙ୍ଗୁଲା ଗ୍ରାମର ୨୨ବର୍ଷର ଅନାମ ଦେହୁରୀ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଉକ୍ତ ମାମଲାର ବିଚାର କରି ଅନୁଗୋଳ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ୨୦୧୯ ଜୁଲାଇ ୨୬ରେ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ।
ପ୍ରକାଶ ଯେ, ଘଟଣା ଦିନ ନାବାଳିକା ଜଣକ ବାପାଙ୍କ ପାଇଁ ଖାଇବା ନେଇ ଦୋକାନକୁ ଯାଉଥିବାବେଳେ ଅଭିଯୁକ୍ତ ଅନାମ ଏକ ଜୋର ନିକଟରେ ତାଙ୍କୁ ଅଟକାଇ ଥିଲା। ପରେ ବଳପୂର୍ବକ ନିକଟସ୍ଥ ଜଙ୍ଗଲକୁ ଉଠାଇ ନେଇ ବଳାତ୍କାର କରିଥିଲେ। ନାବାଳିକା କାଳେ ଏନେଇ ପରିବାର ଏବଂ ଗ୍ରାମବାସୀଙ୍କୁ ଜଣାଇଦେବେ, ସେହି ଭୟରେ ତାଙ୍କୁ ପଥରରେ ଛେଚି ହତ୍ୟା କରିଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତଙ୍କ ମୋବାଇଲକୁ ଟ୍ରାକ୍‌ କରି ତାଙ୍କୁ କୋଲ୍‌କତାରୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏଥିସହିତ ଘଟଣାର ତ୍ୱରିତ ତଦନ୍ତ କରି ମାସକ ମଧ୍ୟରେ ଚାର୍ଜଶିଟ ଦାଖଲ କରିଥିଲା। ମାମଲାର ଶୁଣାଣି ସମୟରେ ୩୬ଜଣ ସାକ୍ଷ୍ୟଙ୍କ ବୟାନକୁ ଭିତ୍ତି କରି ସ୍ବତନ୍ତ୍ର ପୋକ୍‌ସୋ ବିଚାରପତି ସୁରେଶ ଚନ୍ଦ୍ର ପ୍ରଧାନ ଏହି ଘଟଣାକୁ ଘୃଣ୍ୟ ଅପରାଧ ଦର୍ଶାଇବା ସହ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ। ପୋକ୍‌ସୋ ଅଦାଲତଙ୍କ ଉକ୍ତ ରାୟ ବିରୋଧରେ ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri