ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ

କଟକ ଅଫିସ୍‌, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ଏଥିସହ ପୋକ୍‌ସୋ ଅଦାଲତ ନିଜ ରାୟର ସମୀକ୍ଷା କରିବାକୁ ଉଚ୍ଚ ଅଦାଲତ କହିଛନ୍ତି। ୨୦୧୯ ଜାନୁୟାରୀ ୨୦ରେ ଜଣେ ୧୨ ବର୍ଷର ନାବାଳିକାଙ୍କୁ ଅନୁଗୋଳ କାଙ୍ଗୁଲା ଗ୍ରାମର ୨୨ବର୍ଷର ଅନାମ ଦେହୁରୀ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଉକ୍ତ ମାମଲାର ବିଚାର କରି ଅନୁଗୋଳ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ୨୦୧୯ ଜୁଲାଇ ୨୬ରେ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ।
ପ୍ରକାଶ ଯେ, ଘଟଣା ଦିନ ନାବାଳିକା ଜଣକ ବାପାଙ୍କ ପାଇଁ ଖାଇବା ନେଇ ଦୋକାନକୁ ଯାଉଥିବାବେଳେ ଅଭିଯୁକ୍ତ ଅନାମ ଏକ ଜୋର ନିକଟରେ ତାଙ୍କୁ ଅଟକାଇ ଥିଲା। ପରେ ବଳପୂର୍ବକ ନିକଟସ୍ଥ ଜଙ୍ଗଲକୁ ଉଠାଇ ନେଇ ବଳାତ୍କାର କରିଥିଲେ। ନାବାଳିକା କାଳେ ଏନେଇ ପରିବାର ଏବଂ ଗ୍ରାମବାସୀଙ୍କୁ ଜଣାଇଦେବେ, ସେହି ଭୟରେ ତାଙ୍କୁ ପଥରରେ ଛେଚି ହତ୍ୟା କରିଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତଙ୍କ ମୋବାଇଲକୁ ଟ୍ରାକ୍‌ କରି ତାଙ୍କୁ କୋଲ୍‌କତାରୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏଥିସହିତ ଘଟଣାର ତ୍ୱରିତ ତଦନ୍ତ କରି ମାସକ ମଧ୍ୟରେ ଚାର୍ଜଶିଟ ଦାଖଲ କରିଥିଲା। ମାମଲାର ଶୁଣାଣି ସମୟରେ ୩୬ଜଣ ସାକ୍ଷ୍ୟଙ୍କ ବୟାନକୁ ଭିତ୍ତି କରି ସ୍ବତନ୍ତ୍ର ପୋକ୍‌ସୋ ବିଚାରପତି ସୁରେଶ ଚନ୍ଦ୍ର ପ୍ରଧାନ ଏହି ଘଟଣାକୁ ଘୃଣ୍ୟ ଅପରାଧ ଦର୍ଶାଇବା ସହ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ। ପୋକ୍‌ସୋ ଅଦାଲତଙ୍କ ଉକ୍ତ ରାୟ ବିରୋଧରେ ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri