ଜନସ୍ବାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ଇନ୍‌ଫୋସିଟି ଅଞ୍ଚଳର ନାବାଳିକା ଗଣବଳାତ୍କାର ଘଟଣାକୁ ନେଇ ଆଗତ ଜନସ୍ବାର୍ଥ ମାମଲାର ମଙ୍ଗଳବାର ହାଇକୋର୍ଟ ଶୁଣାଣି କରି ଏହାର ଅନ୍ତ ଘଟାଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌.ମୁରଲୀଧର ଓ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କିତ ଦୁଇଟି ଜନସ୍ବାର୍ଥ ମାମଲାର ଶୁଣାଣି କରିଥିଲେ। କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଜଉମୁଦ ଲଫାପାରେ ହାଇକୋର୍ଟଙ୍କ ନିକଟରେ ତଦନ୍ତ ରିପୋର୍ଟ ଦାଖଲ କରାଯାଇଥିଲା। ଏହାକୁ ପଢ଼ିବା ପରେ ଖଣ୍ଡପୀଠ କହିଥିଲେ, ଏହି ମାମଲାରେ କ୍ରାଇମ୍‌ବ୍ରାଞ୍ଚ ୪ ଅଭିଯୁକ୍ତଙ୍କ ନାମରେ ପୋକ୍ସୋ କୋର୍ଟରେ ଚୂଡ଼ାନ୍ତ ଚାର୍ଜଶିଟ ଦାଖଲ କରିସାରିଛି। କ୍ରାଇମ୍‌ବ୍ରାଞ୍ଚର ତଦନ୍ତ ଶେଷ ହୋଇଥିବାରୁ ଅନ୍ୟ କିଛି ନିର୍ଦ୍ଦେଶ ଦେଇହେବ ନାହିଁ। ସେହିପରି ଏହି ମାମଲାରେ ଅନ୍ୟ କେହି ଅଭିଯୁକ୍ତ ମଧ୍ୟ ନାହାନ୍ତି। ଯଦି ଆଇନ ଅନୁଯାୟୀ ପୀଡ଼ିତା ଏବଂ ତାଙ୍କ ମା’ ଚାହିଁବେ, ତେବେ ଏନେଇ ପରବର୍ତ୍ତୀ ପଦକ୍ଷେପ ନେଇପାରିବେ ବୋଲି କୋର୍ଟ କହିବା ସହ ମାମଲାକୁ ବନ୍ଦ କରିଦେଇଛନ୍ତି। ସୂଚନାଯୋଗ୍ୟ, ୨୦୨୦ ଏପ୍ରିଲ ଏବଂ ମେ’ରେ ଅର୍ଥାତ୍‌ ଲକ୍‌ଡାଉନ ସମୟରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଗଷ୍ଟ ୩୦ରେ ଇନ୍‌ଫୋସିଟି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ୨୦୨୦ ଅକ୍ଟୋବର ୬ରେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଭାର ନେଇଥିଲା। ଏହାପରେ ଏହି ମାମଲାରେ ଏକ ଘରୋଇ ଟିଭି ଚ୍ୟାନେଲରେ କାର୍ଯ୍ୟରତ ଅନିରୁଦ୍ଧ ପଣ୍ଡା ଓ କୃଷ୍ଣଚନ୍ଦ୍ର ବେହେରାଙ୍କ ସମେତ ସିକ୍ୟୁରିଟି ଗାର୍ଡ ଶ୍ରୀବତ୍ସ ସାମଲ ଏବଂ ବିଜୟ ରାଉତଙ୍କୁ କ୍ରାଇମ୍‌ବ୍ରାଞ୍ଚ ଡିସେମ୍ବର ଦ୍ୱିତୀୟ ସପ୍ତାହରେ ଗିରଫ କରିଥିଲା। ତେବେ ଏହି ଘଟଣାରେ ୩ ପୋଲିସ କର୍ମଚାରୀ ଓ ଅନ୍ୟ ସହଯୋଗୀଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହୋଇଥିଲା। ତେଣୁ ଏହି ମାମଲାର ସିବିଆଇ ତଦନ୍ତ ଏବଂ ପୀଡ଼ିତାଙ୍କୁ କ୍ଷତିପୂରଣ ଦାବିରେ ଆଇନଜୀବୀ ଗାୈତମ ସିଦ୍ଦିକି ଏବଂ ଭାରତୀୟ ବିକାଶ ପରିଷଦର ଆଇନଜୀବୀ ଗୋପାଳ ଜେନାଙ୍କ ପକ୍ଷରୁ ହାଇକୋର୍ଟରେ ୨ଟି ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri