ହାଇକୋର୍ଟ ହଟାଇଲେ ରହିତାଦେଶ

କଟକ,୨୩।୮(କାର୍ତ୍ତିକ ସାହୁ): ନର୍ସିଂ ଅଫିସର ନିଯୁକ୍ତି ଉପରେ ଜାରି ରହିତାଦେଶକୁ ମଙ୍ଗଳବାର ହାଇକୋର୍ଟ ହଟାଇ ଦେଇଛନ୍ତି। ଏଥିସହିତ ହାଇକୋର୍ଟକୁ ଆସିଥିବା ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଉଦ୍ଦିଷ୍ଟ ପଦ ବ୍ୟତୀତ ଅନ୍ୟ ପଦରେ ନର୍ସିଂ ଅଫିସରଙ୍କୁ ନିଯୁକ୍ତି ଦେବା ନିମନ୍ତେ ଉଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମହାମାରୀ ସମୟରେ ନିଯୁକ୍ତି ପାଇଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ପାଇଁ ରୁଜୁ ମାମଲାରେ ଷ୍ଟାଫ୍‌ ସିଲେକ୍ସନ କମିଶନ ଏବଂ ସବ୍‌ଅର୍ଡିନେଟ ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ ନିଯୁକ୍ତି ବିଜ୍ଞପ୍ତି ଆଧାରରେ ଅନୁଷ୍ଠିତ ପରୀକ୍ଷାର ଫଳ ପ୍ରକାଶନ ଉପରେ ପୂର୍ବରୁ ହାଇକୋର୍ଟ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ଅଦାଲତଙ୍କ ଅନୁମତି ବିନା ଏହି ଫଳ ପ୍ରକାଶ ପାଇପାରିବ ନାହିଁ ବୋଲି ନିର୍ଦ୍ଦେଶ ଥିଲା। ଯଦ୍ଦ୍ବାରା ନର୍ସିଂ ଅଫିସର ନିଯୁକ୍ତି ବନ୍ଦ ଥିଲା। ଏବେ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ମାମଲାର ଶୁଣାଣି କରି ପୂର୍ବ ଆଦେଶରେ ପରିବର୍ତ୍ତନ କରିଛନ୍ତି। ସୁଭଦ୍ରା ମାଝି ଏବଂ ଅନ୍ୟମାନଙ୍କ ପକ୍ଷରୁ ଏହି ମାମଲା ହାଇକୋର୍ଟରେ ରୁଜୁ କରାଯାଇଥିଲା।
ସୂଚନା ଅନୁସାରେ, କରୋନା ସମୟରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ସ୍ବାସ୍ଥ୍ୟକର୍ମୀମାନଙ୍କୁ ନିଯୁକ୍ତି ମିଳିଥିଲା। ସେମାନେ ନିରବଚ୍ଛିନ୍ନ ଭାବେ କୋଭିଡ୍‌ ରୋଗୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଥିଲେ। ରାଜ୍ୟ ସରକାର ୨୦୨୦ ଡିସେମ୍ବରଠାରୁ ଏହି ସ୍ବାସ୍ଥ୍ୟକର୍ମୀମାନଙ୍କୁ କାର୍ଯ୍ୟରୁ ଅନ୍ତର କରି ଦେଇଥିଲେ। କେନ୍ଦ୍ର ସରକାର ୨୦୨୧ ମେ’ ମାସରେ ଏକ ବିଜ୍ଞପ୍ତି ଜରିଆରେ ଏଭଳି ସ୍ବାସ୍ଥ୍ୟକର୍ମୀଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ପଦକ୍ଷେପ ନେବାକୁ ପ୍ରତ୍ୟେକ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଆଧାରରେ କରୋନା ସମୟରେ ନିଯୁକ୍ତି ପାଇବା ପରେ ଚାକିରିରୁ ଛଟେଇ ହୋଇଥିବା ପ୍ରଦ୍ୟୁମ୍ନ କୁମାର ସ୍ବାଇଁ ଏବଂ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବାଲାଗି ପ୍ରାର୍ଥନା କରିଥିଲେ। ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କ ପକ୍ଷରୁ ଆଇନଜୀବୀ ରମାକାନ୍ତ ଷଡ଼ଙ୍ଗୀ, ସୁଭଦ୍ରା ମାଝିଙ୍କ ପକ୍ଷରୁ ଆଇନଜୀବୀ ସତ୍ୟବ୍ରତ ମହାନ୍ତି ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଏଜି ଅଶୋକ ପରିଜା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?