ସରକାରଙ୍କ ନିଷ୍ପତ୍ତି କାଏମ କଲେ ହାଇକୋର୍ଟ

କଟକ ଅଫିସ ,୩୦।୯ : ଲଟେରି ଜରିଆରେ ମଦ ଦୋକାନ ଲାଇସେନ୍ସ ସମ୍ପର୍କିତ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ସମସ୍ତ ଆବେଦନଗୁଡ଼ିକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଫଳରେ ସରକାରଙ୍କ ନିଷ୍ପତ୍ତି କାଏମ ରହିଛି। ମୁଖ୍ୟବିଚାରପତି ଏସ୍‌.ମୁରଲୀଧର ଓ ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠରେ ୩୧ଟି ମାମଲାର ଏକତ୍ର ଶୁଣାଣି ଗତ ଅଗଷ୍ଟ ୯ କରାଯାଇ ରାୟ ସଂରକ୍ଷିତ ରହିଥିଲା। ବୁଧବାର ଉକ୍ତ ମାମଲାର ରାୟ ପ୍ରକାଶ ପାଇଛି। ଲଟେରି ବ୍ୟବସ୍ଥା ଅସାମ୍ବିଧାନିକ ଓ ବେଆଇନ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିବାବେଳେ ହାଇକୋର୍ଟ ଏହାକୁ ଗ୍ରହଣ କରି ନାହାନ୍ତି। ଅନ୍ୟପକ୍ଷରେ ଅବକାରୀ ରାଜସ୍ବକୁ ଦୃଷ୍ଟିରେ ରଖି ନିଲାମ, ଟେଣ୍ଡର, ଲଟେରି ବା ଅନ୍ୟ କେଉଁ ମାଧ୍ୟମରେ ଲାଇସେନ୍ସ ପ୍ରଦାନ କରାଯିବ ସେ ନେଇ ସରକାର ନିଷ୍ପତ୍ତି ନେଇ ପାରିବେ। ଏହା ନୀତିଗତ ନିଷ୍ପତ୍ତି ହୋଇଥିବାରୁ ଏଥିରେ କୌଣସି ଆଇନ ଉଲ୍ଲଂଘନ ହୋଇ ନାହିଁ ବୋଲି ସରକାରଙ୍କ ପକ୍ଷରୁ ଦର୍ଶାଯାଇଥିବା ଯୁକ୍ତିକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ସମସ୍ତ ଆବେଦନକୁ ଖାରଜ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା ମାମଲା ପରିଚାଳନା କରୁଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ, ରାଜ୍ୟରେ ଥିବା ସମସ୍ତ ବିଦେଶୀ ଠିପି ବନ୍ଦ ଓ ଦେଶୀ ମଦ ଦୋକାନଗୁଡ଼ିକର ଲାଇସେନ୍ସ ପ୍ରଦାନ ପ୍ରକ୍ରିୟାରେ ସ୍ବଚ୍ଛତା ଓ ଅଧିକ ରାଜସ୍ବ ଆଦାୟ ପାଇଁ ଲଟେରି ବ୍ୟବସ୍ଥା ସପକ୍ଷରେ ସରକାର ନିଷ୍ପତ୍ତି ନେଇଥିଲେ। ଯାହାକୁ ବିରୋଧ କରି ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri