ସରକାରଙ୍କ ନିଷ୍ପତ୍ତି କାଏମ କଲେ ହାଇକୋର୍ଟ

କଟକ ଅଫିସ ,୩୦।୯ : ଲଟେରି ଜରିଆରେ ମଦ ଦୋକାନ ଲାଇସେନ୍ସ ସମ୍ପର୍କିତ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ସମସ୍ତ ଆବେଦନଗୁଡ଼ିକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଫଳରେ ସରକାରଙ୍କ ନିଷ୍ପତ୍ତି କାଏମ ରହିଛି। ମୁଖ୍ୟବିଚାରପତି ଏସ୍‌.ମୁରଲୀଧର ଓ ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠରେ ୩୧ଟି ମାମଲାର ଏକତ୍ର ଶୁଣାଣି ଗତ ଅଗଷ୍ଟ ୯ କରାଯାଇ ରାୟ ସଂରକ୍ଷିତ ରହିଥିଲା। ବୁଧବାର ଉକ୍ତ ମାମଲାର ରାୟ ପ୍ରକାଶ ପାଇଛି। ଲଟେରି ବ୍ୟବସ୍ଥା ଅସାମ୍ବିଧାନିକ ଓ ବେଆଇନ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିବାବେଳେ ହାଇକୋର୍ଟ ଏହାକୁ ଗ୍ରହଣ କରି ନାହାନ୍ତି। ଅନ୍ୟପକ୍ଷରେ ଅବକାରୀ ରାଜସ୍ବକୁ ଦୃଷ୍ଟିରେ ରଖି ନିଲାମ, ଟେଣ୍ଡର, ଲଟେରି ବା ଅନ୍ୟ କେଉଁ ମାଧ୍ୟମରେ ଲାଇସେନ୍ସ ପ୍ରଦାନ କରାଯିବ ସେ ନେଇ ସରକାର ନିଷ୍ପତ୍ତି ନେଇ ପାରିବେ। ଏହା ନୀତିଗତ ନିଷ୍ପତ୍ତି ହୋଇଥିବାରୁ ଏଥିରେ କୌଣସି ଆଇନ ଉଲ୍ଲଂଘନ ହୋଇ ନାହିଁ ବୋଲି ସରକାରଙ୍କ ପକ୍ଷରୁ ଦର୍ଶାଯାଇଥିବା ଯୁକ୍ତିକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ସମସ୍ତ ଆବେଦନକୁ ଖାରଜ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା ମାମଲା ପରିଚାଳନା କରୁଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ, ରାଜ୍ୟରେ ଥିବା ସମସ୍ତ ବିଦେଶୀ ଠିପି ବନ୍ଦ ଓ ଦେଶୀ ମଦ ଦୋକାନଗୁଡ଼ିକର ଲାଇସେନ୍ସ ପ୍ରଦାନ ପ୍ରକ୍ରିୟାରେ ସ୍ବଚ୍ଛତା ଓ ଅଧିକ ରାଜସ୍ବ ଆଦାୟ ପାଇଁ ଲଟେରି ବ୍ୟବସ୍ଥା ସପକ୍ଷରେ ସରକାର ନିଷ୍ପତ୍ତି ନେଇଥିଲେ। ଯାହାକୁ ବିରୋଧ କରି ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri