ଡ୍ରପ୍‌ବକ୍ସରେ ମାମଲା ଗ୍ରହଣ କରିବେ ହାଇକୋର୍ଟ: ୨୧ ଯାଏ ସୀମିତ ରହିବ କୋର୍ଟ କାର୍ଯ୍ୟ

କଟକ ଅଫିସ,୩।୮: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ପରଠୁ ହାଇକୋର୍ଟରେ ଇ-ଫାଇଲିଂ ବ୍ୟବସ୍ଥା ସହ ଅଫ୍‌ଲାଇନ୍‌ରେ ମାମଲା ଦାଖଲ ବନ୍ଦ ରହିଛି। ଅନ୍‌ଲକ୍‌ ୩ରେ କେତେକ କଟକଣା କୋହଳ ହେବା ପରେ ହାଇକୋର୍ଟରେ ମାମଲା ଦାଖଲ ପ୍ରକ୍ରିୟାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏଥର ଅଫ୍‌ଲାଇନ୍‌ରେ ମାମଲା ଗ୍ରହଣ କରାଯିବ। କୋର୍ଟ ପରିସରରେ ଏକ ଡ୍ରପ୍‌ବକ୍ସ ରହିବ। ପୂର୍ବାହ୍ନ ୧୦ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଡ୍ରପ୍‌ବକ୍ସରେ ଆବେଦନ ଦାଖଲ କରିହେବ। ତେବେ ଉକ୍ତ ମାମଲା କେତେ ଜରୁରୀ ଓ ତାହାର ଶୁଣାଣି କାହିଁକି ଆବଶ୍ୟକ, ସେନେଇ ମେମୋ ଦାଖଲ କରିବାକୁ ପଡ଼ିବ। ରବିବାର ହାଇକୋର୍ଟର ଫୁଲ୍‌କୋର୍ଟରେ ଇ-ଫାଇଲିଂ ଓ ଇ-ମେଲ୍‌ ସହ ଡ୍ରପବକ୍ସରେ ଆବେଦନ ଗ୍ରହଣକୁ ମଞ୍ଜୁର କରାଯାଇଛି। ଅଗଷ୍ଟ ୨୧ ଯାଏ କୋର୍ଟ କାର୍ଯ୍ୟ ସୀମିତ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ସମୟରେ ଅତି ଜରୁରୀ ମାମଲାର ଶୁଣାଣି ହେବ। ମାମଲା କେତେ ଜରୁରୀ, ତାହା ଡେପୁଟି ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କୁ ଅବଗତ କରିବାକୁ ହେବ।
ଅନ୍ୟପକ୍ଷରେ ହାଇକୋର୍ଟ ପକ୍ଷରୁ ଜାରି ବିଜ୍ଞପ୍ତିରେ ଅନ୍‌ଲାଇନ୍‌ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଇ-ମେଲ୍‌ ଓ ଇ-ଫାଇଲିଂରେ ମାମଲା ଦାଖଲକୁ ଅଗ୍ରାଧିକାର ଦିଆଯିବ। କୌଣସି ସମସ୍ୟା ହେଲେ ସଦ୍ୟ ଆରମ୍ଭ ହୋଇଥିବା ଇ-ଫାଇଲିଂ ପୋର୍ଟାଲରେ ଥିବା ଭିଡିଓ ଟ୍ୟୁଟୋରିଆଲ ଦେଖିବାକୁ ପରାମର୍ଶ ଦିଆଯାଇଛି। ଏଥିପାଇଁ ୪ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସୋମବାର ଶୁଣାଣି ହେବାକୁ ଥିବା ମାମଲାଗୁଡ଼ିକର କଜ୍‌ ଲିଷ୍ଟ୍‌ ରବିବାର ପ୍ରକାଶ ପାଇଛି। ୩ଟି ଡିଭିଜନ୍‌ ବେଞ୍ଚ ଓ ୪ଟି ସିଙ୍ଗଲ୍‌ ବେଞ୍ଚରେ ମାମଲାର ଶୁଣାଣି ହେବ। ଡିଭିଜନ୍‌ ବେଞ୍ଚରେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ଜଷ୍ଟିସ୍‌ ସାବିତ୍ରୀ ରଥ, ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ଜଷ୍ଟିସ୍‌ କୃଷ୍ଣରାମ ମହାପାତ୍ର, ଜଷ୍ଟିସ୍‌ ସଞ୍ଜୟ ମିଶ୍ର ଓ ଜଷ୍ଟିସ୍‌ ସାବିତ୍ରୀ ରଥ ଶୁଣାଣି କରିବେ। ସେହିଭଳି ସିଙ୍ଗଲ୍‌ ବେଞ୍ଚରେ ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ, ଜଷ୍ଟିସ୍‌ ଦେବବ୍ରତ ଦାସ, ଜଷ୍ଟିସ୍‌ ସଙ୍ଗ୍‌ମ ସାହୁ ଓ ଜଷ୍ଟିସ୍‌ ସଞ୍ଜୀବ ପାଣିଗ୍ରାହୀ ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri