ଗଣଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର, ୮ା୩(ବ୍ୟୁରୋ): ମହାମାରୀ ଯୋଗୁ ସ୍କୁଲ ସବୁ ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ଥିଲା। ଏହି ସମୟରେ ଅଭିଭାବକଙ୍କ ଆର୍ଥିକ ସମସ୍ୟା ଏବଂ ସ୍କୁଲ ବନ୍ଦ ଥିବା କାରଣରୁ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ୨ଟି ପର୍ଯ୍ୟାୟରେ ସ୍କୁଲ ଫି’ ରିହାତି ଦେବାକୁ ଗଣଶିକ୍ଷା ବିଭାଗ ସବୁ ଘରୋଇ ସ୍କୁଲ ପାଇଁ ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ନିର୍ଦ୍ଦେଶ ଜାରି କରିଥିଲେ। ୨୦୨୧-୨୨ ଶିକ୍ଷା ବର୍ଷରେ କରୋନା ଯୋଗୁ ସ୍କୁଲ ପ୍ରାୟ ବନ୍ଦ ରହିବା ସହ ଅନ୍‌ଲାଇନରେ ପଢ଼ା ଚାଲିଥିଲା। ଗତ କିଛି ମାସ ହେଲା ବିଭିନ୍ନ ପର୍ଯ୍ୟାୟରେ ସ୍କୁଲ ଖୋଲିଛି। ହେଲେ କେତେକ ଘରୋଇ ସ୍କୁଲ ବନ୍ଦ ସମୟରେ ଫି’ ବୃଦ୍ଧି କରି ଆଦାୟ କରିଛନ୍ତି l ଓଡିଶା ଅଭିଭାବକ ମହାସଂଘ ଏହି ବର୍ଦ୍ଧିତ ଫି’ ଆଦାୟ ଓ ଅଭିଭାବକଙ୍କୁ ପରୀକ୍ଷାରୁ ବଞ୍ଚତ୍ତ ରଖିବାକୁ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉଚ୍ଚ ଅଦାଲତ ଏହି ମାମଲାକୁ ଗ୍ରହଣ କରି ବିଭିନ୍ନ ବିଦ୍ୟାଳୟର ଫି’ ଆଦାୟ ସଂକ୍ରାନ୍ତ ରିପୋର୍ଟକୁ ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ନିର୍ଦେଶ ଦେଇଛନ୍ତି। ଏଥିସହିତ ପିଲାମାନେ ଦେଇଥିବା ଫି’କୁ ଆଧାର କରି ମାମଲାର ରାୟ ପ୍ରକାଶ ପାଇବ ବୋଲି ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌. ମୁରଲୀଧର ଓ ଜଷ୍ଟିସ ବି. ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଅନ୍ତରୀଣ ଆଦେଶରେ ଦର୍ଶାଇଛନ୍ତି। ଓଡିଶା ଅଭିଭାବକ ମହାସଂଘର ଅଧକ୍ଷ୍ୟ ବାସୁଦେବ ଭଟ୍ଟ ଙ୍କ ଦ୍ୱାରା ଏହି ମାମଲା ଦାୟର କରାଯାଇଥିବା ବେଳେ ଏହାକୁ ଯୁବ ଆଇନଜିୀ ମିସ ଆଦିଶା ମହାନ୍ତି ପରିଚାଳନା କରିଥିଲେ ବୋଲି ଓଡ଼ିଶା ଅଭିଭାବକ ମହାସଂଘ ସହ ଅଧ୍ୟକ୍ଷ ପ୍ରସନ୍ନ ବିଶୋଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri