୧୯ରୁ ଭର୍ଚୁଆଲରେ ଚାଲିବ ହାଇକୋର୍ଟ

କଟକ ଅଫିସ,୧୭ା୭: ଆସନ୍ତା ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ଭର୍ଚୁଆଲ ମୋଡରେ ଚାଲିବ। ରାଜ୍ୟ ସରକାର ଗୁରୁବାର କୋଭିଡ କଟକଣାକୁ କୋହଳ କରିବାପରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ ଥିବା ମାମଲାର ଶୁଣାଣି ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟର ରେଜିଷ୍ଟ୍ରାର(ଜୁଡିସିଆଲ) ଚିଠି ମାଧ୍ୟମରେ ଜଣାଇ ଦେଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟର ସମସ୍ତ କୋର୍ଟ ଓ ପ୍ରାଧିକରଣ କାର୍ଯ୍ୟ କରିବା ପାଇଁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶୁକ୍ରବାର ହାଇକୋର୍ଟ ରେଜିଷ୍ଟ୍ରାର ଡି. କେ. ମିଶ୍ର ରାଜ୍ୟର ସମସ୍ତ ଜିଲା ଓ ଦୌରାଜଜ, ପରିବାର ଅଦାଲତ, ଦ୍ୱିତୀୟ ଏମ୍‌ଏସିଟିର ସଦସ୍ୟ, ଶିଳ୍ପ ପ୍ରାଧିକରଣ, ସମବାୟ ପ୍ରାଧିକରଣ, ରାଜ୍ୟ ଶିକ୍ଷା ପ୍ରାଧିକରଣ, ବିକ୍ରି କର ପ୍ରାଧିକରଣ, କେନ୍ଦ୍ର ସରକାରଙ୍କ ଶିଳ୍ପ ପ୍ରାଧିକରଣ, ଶ୍ରମ ଅଦାଲତ, ଏଣ୍ଡୋଓମେଣ୍ଟ କମିଶନଙ୍କ କାର୍ଯ୍ୟାଳୟକୁ ଏ ନେଇ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହି ନିର୍ଦ୍ଦେଶାବଳୀ ଅନୁସାରେ, ‘ଏ’ କାଟେଗୋରିଭୁକ୍ତ ୨୦ ଜିଲାରେ କୋର୍ଟ ଓ ପ୍ରାଧିକରଣ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶାବଳୀ ବଳବତ୍ତର ରହିବ। ସେହିପରି ‘ବି’ କାଟେଗୋରିଭୁକ୍ତ ୧୦ ଜିଲାରେ ଆସନ୍ତା ୧୯ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଜିଲା କୋର୍ଟ ଓ ତଳ କୋର୍ଟଗୁଡିକ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବ। ଶୁଣାଣିଗୁଡିକ ସୁବିଧା ଅନୁସାରେ କୋର୍ଟରେ ବା ଭର୍ଚୁଆଲ ମୋଡରେ କରାଯିବ ବୋଲି ନିର୍ଦ୍ଦେଶାବଳୀରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri