୧୯ରୁ ଭର୍ଚୁଆଲରେ ଚାଲିବ ହାଇକୋର୍ଟ

କଟକ ଅଫିସ,୧୭ା୭: ଆସନ୍ତା ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ଭର୍ଚୁଆଲ ମୋଡରେ ଚାଲିବ। ରାଜ୍ୟ ସରକାର ଗୁରୁବାର କୋଭିଡ କଟକଣାକୁ କୋହଳ କରିବାପରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ ଥିବା ମାମଲାର ଶୁଣାଣି ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟର ରେଜିଷ୍ଟ୍ରାର(ଜୁଡିସିଆଲ) ଚିଠି ମାଧ୍ୟମରେ ଜଣାଇ ଦେଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟର ସମସ୍ତ କୋର୍ଟ ଓ ପ୍ରାଧିକରଣ କାର୍ଯ୍ୟ କରିବା ପାଇଁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶୁକ୍ରବାର ହାଇକୋର୍ଟ ରେଜିଷ୍ଟ୍ରାର ଡି. କେ. ମିଶ୍ର ରାଜ୍ୟର ସମସ୍ତ ଜିଲା ଓ ଦୌରାଜଜ, ପରିବାର ଅଦାଲତ, ଦ୍ୱିତୀୟ ଏମ୍‌ଏସିଟିର ସଦସ୍ୟ, ଶିଳ୍ପ ପ୍ରାଧିକରଣ, ସମବାୟ ପ୍ରାଧିକରଣ, ରାଜ୍ୟ ଶିକ୍ଷା ପ୍ରାଧିକରଣ, ବିକ୍ରି କର ପ୍ରାଧିକରଣ, କେନ୍ଦ୍ର ସରକାରଙ୍କ ଶିଳ୍ପ ପ୍ରାଧିକରଣ, ଶ୍ରମ ଅଦାଲତ, ଏଣ୍ଡୋଓମେଣ୍ଟ କମିଶନଙ୍କ କାର୍ଯ୍ୟାଳୟକୁ ଏ ନେଇ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହି ନିର୍ଦ୍ଦେଶାବଳୀ ଅନୁସାରେ, ‘ଏ’ କାଟେଗୋରିଭୁକ୍ତ ୨୦ ଜିଲାରେ କୋର୍ଟ ଓ ପ୍ରାଧିକରଣ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶାବଳୀ ବଳବତ୍ତର ରହିବ। ସେହିପରି ‘ବି’ କାଟେଗୋରିଭୁକ୍ତ ୧୦ ଜିଲାରେ ଆସନ୍ତା ୧୯ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଜିଲା କୋର୍ଟ ଓ ତଳ କୋର୍ଟଗୁଡିକ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବ। ଶୁଣାଣିଗୁଡିକ ସୁବିଧା ଅନୁସାରେ କୋର୍ଟରେ ବା ଭର୍ଚୁଆଲ ମୋଡରେ କରାଯିବ ବୋଲି ନିର୍ଦ୍ଦେଶାବଳୀରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri