୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ

ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା ମଧ୍ୟରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରତ୍ୟେକ କାର୍ଯ୍ୟ ଦିବସରେ ଗୋଟିଏ ଡିଭିଜନ ବେଞ୍ଚ ଏବଂ ୭ଟି ସିଙ୍ଗଲ ବେଞ୍ଚ ପୂର୍ବାହ୍ନ ସାଢ଼େ ୧୦ଟାରୁ ଭିଡିଓ କନ୍‌ଫରେନ୍ସ ଜରିଆରେ କାର୍ଯ୍ୟ କରିବ। ହାଇକୋର୍ଟର କାର୍ଯ୍ୟାଳୟ ଶତପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଏବଂ ସମସ୍ତ କର୍ମଚାରୀ ନିଜର ପରିଚୟ ସହ ଆସିବାକୁ ନିର୍ଦ୍ଦେଶ ରହିଛି। ହାଇକୋର୍ଟର ଅଧିକାରୀ ଏବଂ କର୍ମଚାରୀଙ୍କ ବ୍ୟତୀତ କୋର୍ଟ ପରିସରକୁ ଅନ୍ୟ କାହାର ପ୍ରବେଶକୁ ବାରଣ କରାଯାଇଛି। ମାମଲା ଫାଇଲ ପରେ ଯଦି କୌଣସି ତ୍ରୁଟି ସଂଶୋଧନ କରିବାକୁ ପଡ଼େ ତେବେ ସମ୍ପୃକ୍ତ ଆଇନଜୀବୀ ଡେପୁଟି ରେଜିଷ୍ଟ୍ରାରଙ୍କ ପୂର୍ବ ଅନୁମତି ନେଇ ତ୍ରୁଟି ସଂଶୋଧନ କରିପାରିବେ। ମାମଲା ରୁଜୁ ପାଇଁ ଉଦ୍ଦିଷ୍ଟ ଡ୍ରପ୍‌ ବକ୍ସରେ ପୂର୍ବାହ୍ନ ସଢ଼େ ୧୦ରୁ ସାଢ଼େ ୧୨ଟା ମଧ୍ୟରେ ଆବେଦନ କରାଯିବ। ନଚେତ ଇ-ଫାଇଲିଂ ପୋର୍ଟାଲରେ ମାମଲା ରୁଜୁ କରାଯାଇ ପାରିବ। ସମସ୍ତ ନିର୍ଦ୍ଦେଶକୁ କୋଭିଡ କଟକଣା ମଧ୍ୟରେ ପାଳନ କରିବାକୁ ରେଜିଷ୍ଟ୍ରାର(ଜୁଡିିସିଆଲ) ପତ୍ର ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri