୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ

ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା ମଧ୍ୟରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରତ୍ୟେକ କାର୍ଯ୍ୟ ଦିବସରେ ଗୋଟିଏ ଡିଭିଜନ ବେଞ୍ଚ ଏବଂ ୭ଟି ସିଙ୍ଗଲ ବେଞ୍ଚ ପୂର୍ବାହ୍ନ ସାଢ଼େ ୧୦ଟାରୁ ଭିଡିଓ କନ୍‌ଫରେନ୍ସ ଜରିଆରେ କାର୍ଯ୍ୟ କରିବ। ହାଇକୋର୍ଟର କାର୍ଯ୍ୟାଳୟ ଶତପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଏବଂ ସମସ୍ତ କର୍ମଚାରୀ ନିଜର ପରିଚୟ ସହ ଆସିବାକୁ ନିର୍ଦ୍ଦେଶ ରହିଛି। ହାଇକୋର୍ଟର ଅଧିକାରୀ ଏବଂ କର୍ମଚାରୀଙ୍କ ବ୍ୟତୀତ କୋର୍ଟ ପରିସରକୁ ଅନ୍ୟ କାହାର ପ୍ରବେଶକୁ ବାରଣ କରାଯାଇଛି। ମାମଲା ଫାଇଲ ପରେ ଯଦି କୌଣସି ତ୍ରୁଟି ସଂଶୋଧନ କରିବାକୁ ପଡ଼େ ତେବେ ସମ୍ପୃକ୍ତ ଆଇନଜୀବୀ ଡେପୁଟି ରେଜିଷ୍ଟ୍ରାରଙ୍କ ପୂର୍ବ ଅନୁମତି ନେଇ ତ୍ରୁଟି ସଂଶୋଧନ କରିପାରିବେ। ମାମଲା ରୁଜୁ ପାଇଁ ଉଦ୍ଦିଷ୍ଟ ଡ୍ରପ୍‌ ବକ୍ସରେ ପୂର୍ବାହ୍ନ ସଢ଼େ ୧୦ରୁ ସାଢ଼େ ୧୨ଟା ମଧ୍ୟରେ ଆବେଦନ କରାଯିବ। ନଚେତ ଇ-ଫାଇଲିଂ ପୋର୍ଟାଲରେ ମାମଲା ରୁଜୁ କରାଯାଇ ପାରିବ। ସମସ୍ତ ନିର୍ଦ୍ଦେଶକୁ କୋଭିଡ କଟକଣା ମଧ୍ୟରେ ପାଳନ କରିବାକୁ ରେଜିଷ୍ଟ୍ରାର(ଜୁଡିିସିଆଲ) ପତ୍ର ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri