Posted inଖେଳ

ହାଇଜମ୍ପର ତେଜସ୍ବିନ୍‌ ଶଙ୍କରଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୧୭।୫(ପି.ଟି.): ଭାରତୀୟ ହାଇଜମ୍ପର ତେଜସ୍ବିନ୍‌ ଶଙ୍କର ଏକ ବିଶ୍ୱସ୍ତରୀୟ ସଫଳତା ଅର୍ଜନ କରିଛନ୍ତି। ସେ ଆମେରିକାର ମାନହଟନଠାରେ ଚାଲିଥିବା ବିଗ୍‌ ୧୨ ଆଉଟ୍‌ଡୋର ଟ୍ରାକ୍‌ ଆଣ୍ଡ ଫିଲ୍ଡ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।
କାନ୍‌ସାସ ଷ୍ଟେଟ୍‌ ୟୁନିଭିର୍ସିଟି ତରଫରୁ ପ୍ରତିନିଧିତ୍ୱ କରି ସେ ଶନିବାର ୨.୨୮ ମିଟର ଜମ୍ପମାରି ଏହି ସଫଳତା ପାଇଛନ୍ତି। ଏହି ସେସନରେ ତାଙ୍କର ଏହା ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ତେବେ ମାତ୍ର ଗୋଟିଏ ସେଣ୍ଟିମିଟର ପଛରେ ରହି ସେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନର ପଛରେ ରହିଛନ୍ତି। ୨୦୧୮ରେ ସେ ୨.୨୯ ମିଟର ସହିତ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଏହି ଇଭେଣ୍ଟରେ ୟୁନିଭର୍ସିଟି ଅଫ୍‌ ଓକ୍ଲାହୋମାର ଭର୍ନନ ଟର୍ନର ୨.୨୫ ମିଟର ଓ ଟେକ୍ସାସ ଟେକ୍‌ ୟୁନିଭର୍ସିଟିର ଜେକ୍ୱାନ ହୋଗାନ ୨.୧୧ ମିଟର ଜମ୍ପମାରି ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ଇଭେଣ୍ଟରେ ତେଜସ୍ବିନ୍‌ କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୨୦୧୯ରେ ମଧ୍ୟ ସେ ଏହି ସଫଳତା ପାଇଥିଲେ। ତେବେ ୨୦୨୦ରେ ୨୨ ବର୍ଷୀୟ ତେଜସ୍ବିନ୍‌ କୋଭିଡ୍‌-୧୯ କାରଣରୁ ଇଭେଣ୍ଟରେ ଅଂଶଗ୍ରହଣ କରି ନ ଥିଲେ। ୨୦୧୭ରୁ ସେ ଆମେରିକାରେ ଅବସ୍ଥାନ କରିଆସୁଛନ୍ତି ଓ ଏକ ସ୍କଲାରଶିପ୍‌ ମାଧ୍ୟମରେ କାନ୍‌ସାସ ଷ୍ଟେଟ୍‌ ୟୁନିଭର୍ସିଟିରେ ବିଜ୍‌ନେସ ଆଡ୍‌ମିନିଷ୍ଟ୍ରେଶନ ଅଧ୍ୟୟନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri