ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୧୨୫ ଡେଙ୍ଗୁ ରୋଗୀ

ଭୁବନେଶ୍ୱର, ୪।୯ (ବ୍ୟୁରୋ): ବର୍ଷା, ବନ୍ୟା ପରେ ଏବେ ଚିନ୍ତା ବଢାଇଛି ଡେଙ୍ଗୁ। ରାଜ୍ୟରୁ ଏବେ ନିୟମିତ ଭାବେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଥିବାରୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିକି ହସ୍ପିଟାଲରେ ଭର୍ତ୍ତି ହେଉଥିବା ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ଇତିମଧ୍ୟରେ ଡେଙ୍ଗୁରେ ଅନେକ ଲୋକଙ୍କ ଜୀବନ ଯାଇଥିବାରୁ ଚିନ୍ତା ବଢ଼ିଛି। ତେବେ ଡେଙ୍ଗୁ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଦ୍ଧା ରାଜ୍ୟରେ ୨୨ ହଜାର ୬୮ ଜଣଙ୍କ ନମୁନା ପରୀକ୍ଷା ସରିଛି। ସେମାନଙ୍କ ମଧ୍ୟରୁ ୨ହଜାର ୩୦୯ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ସର୍ବାଧିକ ୧୧ଶହ ୨୫ଜଣ ଡେଙ୍ଗୁ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଛନ୍ତି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଡେଙ୍ଗୁ ରୋଗୀ ବାହାରିଛନ୍ତି। ଅଧିକ ଟେଷ୍ଟ କରାଯାଉଥିବାରୁ ଅଧିକ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୁକାବିଲା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା ମଧ୍ୟ କରିଛନ୍ତି। ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ପରିମାଣରେ ପ୍ଲେଟ୍‌ଲେଟ୍‌ ରହିଛି। ସେହିପରି ରାଜ୍ୟର ୯ଟି ରକ୍ତ ଭଣ୍ଡାରରେ ପ୍ଲେଟ୍‌ଲେଟ୍‌ ପୃଥକୀକରଣ ୟୁନିଟ୍‌ କାର୍ଯ୍ୟକ୍ଷମ ରହିଥିବା ସେ କହିଛନ୍ତି।
ଏ ସମ୍ପର୍କରେ କ୍ୟାପିଟାଲ ହସ୍ପିଟାଲ ଅଧୀକ୍ଷକ ଡା. ଦିଲୀପ କୁମାର ପଣ୍ଡା କହିଛନ୍ତି, ହସ୍ପିଟାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ନିୟମିତ ବଢୁଛି। ପ୍ରତିଦିନ କ୍ୟାପିଟାଲ ହସ୍ପିଟାଲରେ ୫ରୁ ୧୦ ଡେଙ୍ଗୁ ଆକ୍ରାନ୍ତ ଭର୍ତ୍ତି ହେଉଛନ୍ତି। ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲରେ ୨୯ ଡେଙ୍ଗୁ ରୋଗୀ ଥିବାବେଳେ ଶନିବାର ରୋଗୀ ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଗୁରୁତର ଡେଙ୍ଗୁ ରୋଗୀଙ୍କ ଲାଗି ପ୍ଲେଟ୍‌ଲେଟ୍‌ ଯୋଗାଇ ଦିଆଯାଉଛି। ଏପରିକି ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କୁ ମଧ୍ୟ ଏଠାରୁ ପ୍ଲେଟ୍‌ଲେଟ ମିଳିବାରେ ଅସୁବିଧା ନାହିଁ ବୋଲି ଡା. ପଣ୍ଡା କହିଛନ୍ତି।
ଗତବର୍ଷ ୧୦ହଜାର ୮୩୩ ନମୁନା ପରୀକ୍ଷା ହୋଇଥିଲାବେଳେ ୨ ହଜାର ୮୭୮ ରୋଗୀ ଚିହ୍ନଟ ହୋଇଥିଲେ। ତେବେ ଚଳିତ ବର୍ଷ କେବଳ ୭ ମାସରେ ଖୋର୍ଦ୍ଧାରେ ସର୍ବାଧିକ ୧୧୨୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ କୋରାପୁଟରେ ୩୪୨, ମାଲକାନଗିରିରେ ୧୭୭, ରାୟଗଡ଼ାରେ ୨୬୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଡେଙ୍ଗୁ ଦେଖାଗଲେ ଭୟଭୀତ ନ ହୋଇ ଏହାର ଚିକିତ୍ସା କରିବା ସହ ପ୍ରଚୁର ପରିମାଣରେ ପାଣି ପିଇବା ଆବଶ୍ୟକ। ଏହାର ସ୍ବତନ୍ତ୍ର କୌଣସି ଚିକିତ୍ସା ନ ଥିଲେ ମଧ୍ୟ ଜ୍ବର କମିବା ପାଇଁ ଔଷଧ ଖାଇବା ଜରୁରୀ। ଜ୍ୱର ନ କମିଲେ ଡାକ୍ତରଙ୍କ ପରାମର୍ଶରେ ହସ୍ପିଟାଲରେ ଆଡ୍‌ମିଟ ହେବା ଉଚିତ୍‌ ବୋଲି ସେ ପରାମର୍ଶ ଦେଇଛନ୍ତି। ଏଥିସହ ଘର ଚାରିପାଖ ସଫାସୁତୁରା ରଖିବା ସହିତ ସପ୍ତାହକୁ ଗୋଟିଏ ଦିନ ଡ୍ରାଏ ଡେ’ ପାଳନ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?