ରାଜପଥ ସର୍ଭିସ ରୋଡ୍‌ ଡ୍ରେନ୍‌ ସ୍ଲାବ୍‌ ଭାଙ୍ଗିଲା

କେନ୍ଦୁଝର,୨୦ା୫ (ସ୍ବ.ପ୍ର.): କେନ୍ଦୁଝର ଜାତୀୟ ରାଜପଥ ୨୦ର ବାଲିଆଗୁଡ଼ା ନିକଟରେ ସର୍ଭିସ ରୋଡ୍‌ ଡ୍ରେନ୍‌ ଉପରେ ନିର୍ମାଣ ହୋଇଥିବା ସ୍ଲାବ ଭାଙ୍ଗିଯାଇଛି। ଫଳରେ ରାସ୍ତାରେ ଯାତାୟାତ କରୁଥିବା ଗାଡ଼ି ତଥା ଲୋକଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଏଥିସହ ଡ୍ରେନ୍‌ ଜାମ ହୋଇ ଜଳ ନିଷ୍କାସନରେ ସମସ୍ୟା ସୃଷ୍ଟି କରିଛି। ଅଧିକ ବର୍ଷା ହେଲେ ଜଳ ଉଛୁଳି ରାସ୍ତାରେ ଜମା ହୋଇ ଯାତାୟାତରେ ସମସ୍ୟା ଦେଖାଦେବା ସମ୍ଭାବନା ଦେଖାଦେଇଛି। ନିମ୍ନମାନର କାମ ହୋଇଥିବାରୁ ଭାଙ୍ଗିଯାଉଥିବା ଅଭିଯୋଗ ହେଉଛି।
ସୂଚନାଯୋଗ୍ୟ, ଦୀର୍ଘ ବର୍ଷ ହେଲା ରାସ୍ତା ସମ୍ପୂର୍ଣ୍ଣ ହେବା ପରେ ସର୍ଭିସ ରୋଡ୍‌ ଏବଂ ଡ୍ରେନ୍‌ ହୋଇ ନ ଥିଲା। ଲୋକଙ୍କ ବାରମ୍ବାର ଦାବି ପରେ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଟେଣ୍ଡର ହୋଇଥିଲା। କାମ ଶେଷ ହୋଇଥିଲେ ମଧ୍ୟ ଉପଯୁକ୍ତ ତଦାରଖ ଅଭାବରୁ କମ ଦିନରେ ସ୍ଲାବ୍‌ ଭାଙ୍ଗି ଯାଇ ନଷ୍ଟ ହୋଇଯାଇଛି। ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ଏହି କାମ ହୋଇଥିଲା। ଅନ୍ୟପକ୍ଷେ ଜାତୀୟ ରାଜପଥ ୨୦ ର ସଫେଇ ଠିିକ୍‌ ଭାବରେ ହେଉ ନ ଥିବାରୁ ରାସ୍ତାରେ ବାଲି, ଗୋଡ଼ି, ମାଟି ଜମି ରହୁଛି। ଫଳରେ ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏଥିପାଇଁ ବର୍ଷକୁ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେଉଥିଲେ ହେଁ ଠିକ୍‌ ତଦାରଖ ହେଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣର ସାଇଟ ଇଞ୍ଜିନିୟର ସନ୍ତୋଷ ସାହୁଙ୍କ ସହ ଯୋଗାଯୋଗ କରିବାରୁ ଏହାର ଯାଞ୍ଚ ପାଇଁ ଆସିଷ୍ଟାଣ୍ଡ ହାଇୱେ ଇଞ୍ଜିନିୟରଙ୍କୁ କୁହାଯାଇଛି। ଯାଞ୍ଚ ରିପୋର୍ଟ ଆଧାରରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri