ରାଜପଥ ସର୍ଭିସ ରୋଡ୍‌ ଡ୍ରେନ୍‌ ସ୍ଲାବ୍‌ ଭାଙ୍ଗିଲା

କେନ୍ଦୁଝର,୨୦ା୫ (ସ୍ବ.ପ୍ର.): କେନ୍ଦୁଝର ଜାତୀୟ ରାଜପଥ ୨୦ର ବାଲିଆଗୁଡ଼ା ନିକଟରେ ସର୍ଭିସ ରୋଡ୍‌ ଡ୍ରେନ୍‌ ଉପରେ ନିର୍ମାଣ ହୋଇଥିବା ସ୍ଲାବ ଭାଙ୍ଗିଯାଇଛି। ଫଳରେ ରାସ୍ତାରେ ଯାତାୟାତ କରୁଥିବା ଗାଡ଼ି ତଥା ଲୋକଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଏଥିସହ ଡ୍ରେନ୍‌ ଜାମ ହୋଇ ଜଳ ନିଷ୍କାସନରେ ସମସ୍ୟା ସୃଷ୍ଟି କରିଛି। ଅଧିକ ବର୍ଷା ହେଲେ ଜଳ ଉଛୁଳି ରାସ୍ତାରେ ଜମା ହୋଇ ଯାତାୟାତରେ ସମସ୍ୟା ଦେଖାଦେବା ସମ୍ଭାବନା ଦେଖାଦେଇଛି। ନିମ୍ନମାନର କାମ ହୋଇଥିବାରୁ ଭାଙ୍ଗିଯାଉଥିବା ଅଭିଯୋଗ ହେଉଛି।
ସୂଚନାଯୋଗ୍ୟ, ଦୀର୍ଘ ବର୍ଷ ହେଲା ରାସ୍ତା ସମ୍ପୂର୍ଣ୍ଣ ହେବା ପରେ ସର୍ଭିସ ରୋଡ୍‌ ଏବଂ ଡ୍ରେନ୍‌ ହୋଇ ନ ଥିଲା। ଲୋକଙ୍କ ବାରମ୍ବାର ଦାବି ପରେ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଟେଣ୍ଡର ହୋଇଥିଲା। କାମ ଶେଷ ହୋଇଥିଲେ ମଧ୍ୟ ଉପଯୁକ୍ତ ତଦାରଖ ଅଭାବରୁ କମ ଦିନରେ ସ୍ଲାବ୍‌ ଭାଙ୍ଗି ଯାଇ ନଷ୍ଟ ହୋଇଯାଇଛି। ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ଏହି କାମ ହୋଇଥିଲା। ଅନ୍ୟପକ୍ଷେ ଜାତୀୟ ରାଜପଥ ୨୦ ର ସଫେଇ ଠିିକ୍‌ ଭାବରେ ହେଉ ନ ଥିବାରୁ ରାସ୍ତାରେ ବାଲି, ଗୋଡ଼ି, ମାଟି ଜମି ରହୁଛି। ଫଳରେ ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏଥିପାଇଁ ବର୍ଷକୁ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେଉଥିଲେ ହେଁ ଠିକ୍‌ ତଦାରଖ ହେଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣର ସାଇଟ ଇଞ୍ଜିନିୟର ସନ୍ତୋଷ ସାହୁଙ୍କ ସହ ଯୋଗାଯୋଗ କରିବାରୁ ଏହାର ଯାଞ୍ଚ ପାଇଁ ଆସିଷ୍ଟାଣ୍ଡ ହାଇୱେ ଇଞ୍ଜିନିୟରଙ୍କୁ କୁହାଯାଇଛି। ଯାଞ୍ଚ ରିପୋର୍ଟ ଆଧାରରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri