ଭାରତ ମାତା କି ଜୟ ଧ୍ୱନିରେ ପ୍ରକମ୍ପିତ ରାଜପଥ

ପାଟଣା,୧୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ବୁଧବାର ପାଟଣା ମଣ୍ଡଳ ଭାଜପା ତରଫରୁ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ବାଇକ୍‌ ରାଲି ଓ ଶୋଭାଯାତ୍ରା ମଲ୍ଲିପୋଷିଠାରୁ ଆରମ୍ଭ ହୋଇ ସାଧୁପଡ଼ା ଦେଇ ପାଟଣା ବଜାର ପରିକ୍ରମା କରି ଆନନ୍ଦେଶ୍ୱର ଶିବ ମନ୍ଦିରରେ ଶେଷ ହୋଇଛି। ହରଘର ତ୍ରିରଙ୍ଗା ଓ ଭାରତ ମାତା କି ଜୟ ଧ୍ୱନି ଓ ଜାତୀୟତାବାଦୀ ଗୀତରେ ରାଜରାସ୍ତା ପ୍ରକମ୍ପିତ ହୋଇଥିଲା। ପ୍ରଥମେ ମଲ୍ଲିପୋଷି ଦାରା ସିଂ ଛକସ୍ଥିତ ଶହୀଦ ଅକ୍ଷୟ କୁମାର ବେଜଙ୍କ ପ୍ରତିମୂର୍ତ୍ତିରେ ଭାଜପା ନେତାମାନେ ପୁଷ୍ପମାଲ୍ୟ ଅର୍ପଣ ପରେ ବିରାଟ ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହାପରେ ସାମ ହନୁମାନ ମନ୍ଦିର ପାଖରୁ ତ୍ରିରଙ୍ଗା ପଦଯାତ୍ରା ବାହାରି ଥିଲା। କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ପାଟଣା ବିଧାୟକଙ୍କ ପ୍ରତିନିଧି କମଳାକାନ୍ତ ଦାଶ, ରାଜ୍ୟ ଭାଜପା କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, ପୂର୍ବତନ ସାହାରପଡ଼ା ବ୍ଲକ ଅଧ୍ୟକ୍ଷ ଗୌତମ ନାଏକ, ପାଟଣା ମଣ୍ଡଳ ସଭାପତି ବ୍ରଜବନ୍ଧୁ ସେଠୀ, ପୂର୍ବତନ ମଣ୍ଡଳ ସଭାପତି ରମେଶ ମହାନ୍ତ, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ, ବରିଷ୍ଠ ଭାଜପା ନେତା ଯୁଗୋଳ କିଶୋର ଦାଶ, ଆଇନଜୀବୀ ମହେଶ୍ୱର ପୃଷ୍ଟି, ସୁବ୍ରତ କୁମାର ଦ୍ୱିବେଦୀ, ମୋହନ ସୁନ୍ଦର ମହାନ୍ତ, ଦିଲ୍ଲୀପ କୁମାର ନାଏକ, ଯତୀନ୍ଦ୍ର ନାଥ ଦାଶ ମହିଳା ନେତ୍ରୀ ଦାଶ ମତି ଚାତାର, ସୋମବାରୀ ମୁଣ୍ଡା, ଡଲି ପାତ୍ରଙ୍କ ସହ ହଜାର ହଜାର ଭାଜପା ନେତା ଓ କର୍ମୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri