ଅଜୟଗଡ ଘାଟିରେ ଧସିଲା ପାହାଡ

ପାରଳାଖେମୁଣ୍ଡି,୧୫ା୧୦(ସ୍ବ.ପ୍ର.)- ଗଜପତି ଜିଲା ପାରଳାଖେମୁଣ୍ଡି ଠାରୁ ଅଜୟଗଡ ମୁଖ୍ୟ ରାସ୍ତା ନାମନାଗଡ ନିକଟ ଅଜୟଗଡ ଘାଟିରେ ବୁଧବାର ରାତିରେ ପାହାଡ ଧସିଛି। ଫଳରେ ଗୁମ୍ମା ବ୍ଲକର ୩ ପଞ୍ଚାୟତକୁ ଯାତାୟାତ ବନ୍ଦ ହୋଇଛି। ତେବେ ଆଜି ବି ଉକ୍ତ ଅଞ୍ଚଳରେ ବର୍ଷା ଲାଗିରହିଛି। ଜରୁରୀ ପରିସ୍ଥିତିରେ ବାଇକ୍‌କୁ ଠେଲି କଷ୍ଟରେ ଲୋକେ ରାସ୍ତା ଅତିକ୍ରମ କରୁଛନ୍ତି। ୩ଦିନ ଧରି ଲଗାଣ ବର୍ଷାରେ ଜିଲାର ବିଭିନ୍ନ ସ୍ଥାନରେ ପାହାଡ ଧସିଛି। ଯଥାଶୀଘ୍ର ରାସ୍ତା ସଫା କରିବାକୁ ଅଞ୍ଚଳବାସୀଅନୁରୋଧ କରିଛନ୍ତି। ଅଞ୍ଚଳର ଅଜୟଗଡ, ଭୁବନୀ ଓ ନାମନଗଡ ପଞ୍ଚାୟତର ଶତାଧିକ ଗ୍ରାମକୁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ ରହିଛି। ଜିଲା ପ୍ରଶାସନ ତରଫରୁ ଧସିଥିବା ମାଟି ଓ ପଥର ବାହାର କରି ଅତିଶୀଘ୍ର ଯାତାୟାତ ସ୍ବାଭାବିକ କରିବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲାପାଳ ଅନୁପମ ସାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri