ଆହୁରି ଆକର୍ଷଣୀୟ ହେବ ହିଙ୍ଗୁଳା ଯାତ୍ରା

ତାଳଚେର,୨୧।୫(ନି.ପ୍ର)

ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଚଳିତବର୍ଷର ତ୍ରୁଟିବିଚ୍ୟୁତିକୁ ସଂଶୋଧନ କରି ଆସନ୍ତା ବର୍ଷ ଏହାକୁ ଆହୁରି ଜାକ୍‌ଜମକର ସହ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳାଙ୍କ ପୀଠରେ ଶୁକ୍ରବାର ଏକ ସମୀକ୍ଷା ବୈଠକ ତାଳଚେର ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଡେପୁଟି କଲେକ୍ଟର ଚିନ୍ମୟୀ ଚେତନା ଦାସଙ୍କ ସମେତ ସମସ୍ତ ଟ୍ରଷ୍ଟ ବୋର୍ଡ ସଦସ୍ୟ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ଲୋକ ମହୋତ୍ସବ ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଛି। ଏହାକୁ ନେଇ ଉପଜିଲାପାଳ ସମସ୍ତ ଟ୍ରଷ୍ଟ ସଦସ୍ୟଙ୍କୁ ଧନ୍ୟବାଦ ଦେଇଥିଲେ। ଆଗାମୀ ବର୍ଷରେ ମା’ଙ୍କ ଯାତ୍ରା ଆହୁରି ଆକର୍ଷଣୀୟ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଆଗାମୀ ବର୍ଷ ୯ଦିନ ଯାଏ ପାର୍କିଂ ବ୍ୟବସ୍ଥା କରାଯିବ। ଲୋକ ମହୋତ୍ସବ ମଞ୍ଚ ପଛ ଜାଗାକୁ ପାର୍କିଂ ପାଇଁ ଉପଯୋଗୀ କରାଯିବ। ଯାତ୍ରା ସମୟରେ ମନ୍ଦିର ମୁଖ୍ୟ ଗେଟ୍‌, ୨ ଓ ୩ନଂ. ଗେଟ୍‌ ସମ୍ମୁଖରେ କୌଣସି ବ୍ୟବସାୟିକ ଦୋକାନ ବସିପାରିବେ ନାହିଁ। ଯାତ୍ରାର ପ୍ରଚାରପ୍ରସାର ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ମିଡିଆ ସେଲ୍‌ ଗଠନ କରାଯିବ। ଟ୍ରଷ୍ଟବୋର୍ଡ ପକ୍ଷରୁ ପ୍ରକାଶିତ ବାର୍ଷିକ ସ୍ମରଣିକା ‘ଅଗ୍ନିସ୍ନାତା’ର ସମ୍ପାଦନ ମଣ୍ଡଳୀର ପୁନର୍ଗଠନ କରାଯିବ। ଯାତ୍ରାର ସମସ୍ତ କାର୍ଯ୍ୟକ୍ରମ ଟେଣ୍ଡର ମାଧ୍ୟମରେ କରାଯିବ। ଟ୍ରଷ୍ଟର ପୂର୍ଣ୍ଣାଙ୍ଗ କାର୍ଯ୍ୟ ସମାପନ ନ ହେବା ପର୍ଯ୍ୟନ୍ତ ମା’ ହିଙ୍ଗୁଳାଙ୍କ ଉପରେ ନିର୍ମାଣ ହେବାକୁ ଥିବା ଚଳଚ୍ଚିତ୍ର ‘ଜୟ ମା’ ହିଙ୍ଗୁଳା’ ସ୍ଥଗିତ ରଖାଯିବ ବୋଲି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି।
କନିଷ୍ଠ ରାଜସ୍ବ ସହାୟକ ଧୂଳେଶ୍ୱର ବେହେରା ଚଳିତବର୍ଷ ଯାତ୍ରାର ଆୟବ୍ୟୟର ବିବରଣୀ ପାଠ କରିଥିଲେ। ଟ୍ରଷ୍ଟ ସଦସ୍ୟ ମୁରଲୀଧର ସାହୁ, ରାଜେନ୍ଦ୍ର ସିଂ, ଅରୁଣ ପ୍ରଧାନ, ସନ୍ତୋଷ ପ୍ରଧାନ, ଗଗନ ବିହାରୀ ସାହୁ, ଜଗଦାନନ୍ଦ ନାଏକ, ସିଦ୍ଧେଶ୍ୱର ପ୍ରଧାନ, ବୃନ୍ଦାବନ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ। ଟ୍ରଷ୍ଟ ସଦସ୍ୟ ଗଗନ ବିହାରୀ ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri