ଆହୁରି ଆକର୍ଷଣୀୟ ହେବ ହିଙ୍ଗୁଳା ଯାତ୍ରା

ତାଳଚେର,୨୧।୫(ନି.ପ୍ର)

ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଚଳିତବର୍ଷର ତ୍ରୁଟିବିଚ୍ୟୁତିକୁ ସଂଶୋଧନ କରି ଆସନ୍ତା ବର୍ଷ ଏହାକୁ ଆହୁରି ଜାକ୍‌ଜମକର ସହ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳାଙ୍କ ପୀଠରେ ଶୁକ୍ରବାର ଏକ ସମୀକ୍ଷା ବୈଠକ ତାଳଚେର ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଡେପୁଟି କଲେକ୍ଟର ଚିନ୍ମୟୀ ଚେତନା ଦାସଙ୍କ ସମେତ ସମସ୍ତ ଟ୍ରଷ୍ଟ ବୋର୍ଡ ସଦସ୍ୟ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ଲୋକ ମହୋତ୍ସବ ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଛି। ଏହାକୁ ନେଇ ଉପଜିଲାପାଳ ସମସ୍ତ ଟ୍ରଷ୍ଟ ସଦସ୍ୟଙ୍କୁ ଧନ୍ୟବାଦ ଦେଇଥିଲେ। ଆଗାମୀ ବର୍ଷରେ ମା’ଙ୍କ ଯାତ୍ରା ଆହୁରି ଆକର୍ଷଣୀୟ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଆଗାମୀ ବର୍ଷ ୯ଦିନ ଯାଏ ପାର୍କିଂ ବ୍ୟବସ୍ଥା କରାଯିବ। ଲୋକ ମହୋତ୍ସବ ମଞ୍ଚ ପଛ ଜାଗାକୁ ପାର୍କିଂ ପାଇଁ ଉପଯୋଗୀ କରାଯିବ। ଯାତ୍ରା ସମୟରେ ମନ୍ଦିର ମୁଖ୍ୟ ଗେଟ୍‌, ୨ ଓ ୩ନଂ. ଗେଟ୍‌ ସମ୍ମୁଖରେ କୌଣସି ବ୍ୟବସାୟିକ ଦୋକାନ ବସିପାରିବେ ନାହିଁ। ଯାତ୍ରାର ପ୍ରଚାରପ୍ରସାର ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ମିଡିଆ ସେଲ୍‌ ଗଠନ କରାଯିବ। ଟ୍ରଷ୍ଟବୋର୍ଡ ପକ୍ଷରୁ ପ୍ରକାଶିତ ବାର୍ଷିକ ସ୍ମରଣିକା ‘ଅଗ୍ନିସ୍ନାତା’ର ସମ୍ପାଦନ ମଣ୍ଡଳୀର ପୁନର୍ଗଠନ କରାଯିବ। ଯାତ୍ରାର ସମସ୍ତ କାର୍ଯ୍ୟକ୍ରମ ଟେଣ୍ଡର ମାଧ୍ୟମରେ କରାଯିବ। ଟ୍ରଷ୍ଟର ପୂର୍ଣ୍ଣାଙ୍ଗ କାର୍ଯ୍ୟ ସମାପନ ନ ହେବା ପର୍ଯ୍ୟନ୍ତ ମା’ ହିଙ୍ଗୁଳାଙ୍କ ଉପରେ ନିର୍ମାଣ ହେବାକୁ ଥିବା ଚଳଚ୍ଚିତ୍ର ‘ଜୟ ମା’ ହିଙ୍ଗୁଳା’ ସ୍ଥଗିତ ରଖାଯିବ ବୋଲି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି।
କନିଷ୍ଠ ରାଜସ୍ବ ସହାୟକ ଧୂଳେଶ୍ୱର ବେହେରା ଚଳିତବର୍ଷ ଯାତ୍ରାର ଆୟବ୍ୟୟର ବିବରଣୀ ପାଠ କରିଥିଲେ। ଟ୍ରଷ୍ଟ ସଦସ୍ୟ ମୁରଲୀଧର ସାହୁ, ରାଜେନ୍ଦ୍ର ସିଂ, ଅରୁଣ ପ୍ରଧାନ, ସନ୍ତୋଷ ପ୍ରଧାନ, ଗଗନ ବିହାରୀ ସାହୁ, ଜଗଦାନନ୍ଦ ନାଏକ, ସିଦ୍ଧେଶ୍ୱର ପ୍ରଧାନ, ବୃନ୍ଦାବନ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ। ଟ୍ରଷ୍ଟ ସଦସ୍ୟ ଗଗନ ବିହାରୀ ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri