ହିଞ୍ଜିଳି ସିଭିଲ ଜଜ୍‌କୋର୍ଟ କୋଠା ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ହିଞ୍ଜିଳିକାଟୁ(ଡି.ଏନ୍‌.ଏ.)୧୭।୧୨ : ସାମ୍ବିଧାନିକ ଲକ୍ଷ୍ୟ ପୂରଣ କରିବା ସହିତ ନାଗରିକମାନଙ୍କୁ ନ୍ୟାୟ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟଗତ ଅଧିକାର ହେଉଛି ମୌଳିକ ଅଧିକାର। ରାଜ୍ୟରେ ନ୍ୟାୟ ପ୍ରଦାନ ବ୍ୟବସ୍ଥାକୁ ଦୃଢ କରିବା ନେଇ ରାଜ୍ୟ ସରକାର ଦୃଢ ସଂକଳ୍ପବଦ୍ଧ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ ହିଞ୍ଜିଳିକାଟୁଠାରେ ନୂତନ ସିଭିଲ ଜଜ୍‌କୋର୍ଟ କୋଠାକୁ ଉଦ୍‌ଘାଟନ କରିବା ଅବସରରେ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ରାଜ୍ୟ ସରକାର ବାଣିଜି୍ୟକ ବିବାଦ ସମାଧାନ କରିବାକୁ ୪ଟି ନୂତନ କୋର୍ଟ ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟରେ ନିକଟରେ କେବଳ ମହିଳାମାନଙ୍କ ବିରୋଧରେ ହେଉଥିବା ନିର୍ଯାତନା ମାମଲାର ବିଚାର ପାଇଁ ୪୫ଟି କୋର୍ଟ ସ୍ଥାପନ କରାଯାଇଛି। ନ୍ୟାୟିକ ବ୍ୟବସ୍ଥା ଭିତ୍ତିଭୂମି ଆବଶ୍ୟକତା ପୂରଣ କରିବା ସକାଶେ ହାଇକୋର୍ଟ ସହିତ ରାଜ୍ୟ ସରକାର ଘନିଷ୍ଠତାର ସହ କାର୍ଯ୍ୟ କରୁଛନ୍ତି। ଏଥିସହିତ ଆଇନଜୀବୀମାନଙ୍କ ସ୍ବାର୍ଥ ପାଇଁ ମଧ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟ ସରକାର ନିକଟରେ ଓଡିଶା ଆଡଭୋକେଟ କଲ୍ୟାଣ ପାଣ୍ଠି ରାଶିକୁ ୩ କୋଟିରୁ ୫ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହାଛଡା ଆଇନଜୀବୀମାନଙ୍କୁ ସହାୟତା ଦେବା ପାଇଁ ରାଜ୍ୟ ସରକାର ଓଡିଶା ଆଡଭୋକେଟ କଲ୍ୟାଣ ପାଣ୍ଠି ଆଇନ-୧୯୬୧କୁ ସଂଶୋଧନ କରିବାକୁ ପଦକ୍ଷେପ ନେଉଛନ୍ତି। ଏହି ନୂତନ କୋଠା ଲୋକମାନଙ୍କର ଅଭିଳାଷକୁ ପୂରଣ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟ ସରକାର ହିଞ୍ଜିଳିକାଟୁଠାରେ ନୂତନ କୋର୍ଟ ସ୍ଥାପନ ପାଇଁ ଜମି ଯୋଗାଇ ଦେଇଥିବାରୁ ହାଇକୋର୍ଟ ମୁଖ୍ୟ ବିଚାରପତି ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି। ଉକ୍ତ କୋଠା ଚମତ୍କାର ଓ ଆକର୍ଷଣୀୟ ହୋଇଥିବା ବେଳେ ଏହାର ସମସ୍ତ ଭିତ୍ତିଭୂମି ଲୋକମାନଙ୍କୁ ନ୍ୟାୟ ସୁବିଧା ଯୋଗାଇବାରେ ସହାୟକ ହୋଇପାରିବ ବୋଲି ମୁଖ୍ୟ ବିଚାରପତି କହିଛନ୍ତି। ତ୍ୱରିତ ନ୍ୟାୟ ପ୍ରଦାନ ନ୍ୟାୟ ବ୍ୟବସ୍ଥା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ ମହାମାରୀ ସତ୍ତ୍ୱେ ଓଡିଶାର କୋର୍ଟଗୁଡିକ ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବାରେ ପ୍ରତିଶ୍ରୁତିବଦ୍ଧ। ୨୦୨୦ ଡିସେମ୍ବର ୧୪ ସୁଦ୍ଧା ଓଡିଶା ହାଇକୋର୍ଟ ପ୍ରାୟ ୪୦ ହଜାର ମାମଲାର ଫଇସଲା କରିବାରେ ସକ୍ଷମ ହୋଇ ପାରିଛି ବୋଲି ମୁଖ୍ୟ ବିଚାରପତି ରଫିକ୍‌ କହିଛନ୍ତି।
ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହ ନୂତନ ବିଚାରାଳୟ ଲୋକମାନଙ୍କୁ ଦ୍ୱାରଦ୍ୱାରରେ ନ୍ୟାୟ ପହଞ୍ଚାଇବାରେ ସହାୟକ ହୋଇ ପାରିବ ବୋଲି କହିଛନ୍ତି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସ୍ବାଗତ ଭାଷଣ ଦେଇଥିବା ବେଳେ ହିଞ୍ଜିଳିକାଟୁ ଓକିଲ ସଂଘ ସଭାପତି ଦ୍ୱିତୀକୃଷ୍ଣ ସାବତ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଓଡିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ବିଶ୍ୱଜିତ ମହାନ୍ତି, ଆସିକା ଏମ୍‌ପି ପ୍ରମିଳା ବିଶୋୟୀ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ,ହିଞ୍ଜିଳିକାଟୁ କୋର୍ଟ ବିଚାରପତି ରାଜଶ୍ରୀ ପଟ୍ଟନାୟକ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା ଏବଂ ବିଧି ବିଭାଗ ସଚିବ ଶଶିକାନ୍ତ ମିଶ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri