ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୧ଟି ମିଶି ମୋଟ୍‌ ୪ଟି ସ୍କୁଇସ୍‌ ଗେଟ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଗୁରୁବାର ସକାଳ ସାଢ଼େ ୯ଟାରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୭.୨୯ ଫୁଟରେ ପହଞ୍ଚିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୪୧ ହଜାର ୯୬୨ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି।

ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ୍‌ ୯୮ ହଜାର ୭୪୧ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ୪ଟି ସ୍ଲୁଇସ ଗେଟ୍‌ ଜରିଆରେ ୬୪ ହଜାର ୯୩୨ ଘନଫୁଟ ଏବଂ ବିଭିନ୍ନ କେନାଲ, ବିଦ୍ୟୁତ୍‌ ଉତ୍ପାଦନ ପାଇଁ ପାଓ୍ବାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ୍‌ ୩୩,୮୬୯ ଘନଫୁଟ ଜଳ ନିଷ୍କାସିତ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି ।…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri