ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ)/ଝାରସୁଗୁଡ଼ା (ଅଫିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ସୋମବାର ଝାରସୁଗୁଡ଼ା ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାର ବିସ୍ଥାପିତ ହୋଇଥିବା ୨୦୦୦ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି।
ଏଥିସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବାବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଝାରସୁଗୁଡ଼ା ଓ ବ୍ରଜରାଜନଗର ପାଇଁ ଦୁଇଟି ଜଳ ବିଶୋଧନ ପ୍ଲାଣ୍ଟର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଏହାଦ୍ୱାରା ଏହି ୨ ସହରର ଲୋକମାନେ ବିଶୁଦ୍ଧ ପିଇବା ପାଣି ପାଇ ପାରିବେ। ଝାରସୁଗୁଡ଼ା ଜିଲାର ସବୁ ଗଁା ଓ ସବୁ ସହରକୁ ପିଇବା ପାଣି ଯୋଗାଇ ଦେବା ପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ୨୦୨୨ ଜୁନ୍‌ ସୁଦ୍ଧା ଜିଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ। ଜିଲାର ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାର୍ବତୀ ଗିରି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପରେ ୧ ହଜାର ହେକ୍ଟର ଚାଷଜମିକୁ ଜଳସେଚନର ସୁବିଧା ଦିଆଯାଇଛି। ଏଥିସହିତ ଜିଲାରେ ସବୁ ଅଞ୍ଚଳକୁ ଜଳସେଚନର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ୍‌ ଶୀଘ୍ର ପୂରଣ ହେବ। ସେହିପରି ଝାରସୁଗୁଡ଼ାରେ ୧୦୦ ଶଯ୍ୟା ବିଶିଷ୍ଟ ହୃଦ୍‌ରୋଗ ଚିକିତ୍ସାଳୟର ନିର୍ମାଣ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି। ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ଲୋକମାନଙ୍କୁ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲଥ୍‌ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍‌ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ, ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ। ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ପ୍ରମୁଖ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡ଼ା ଜିଲାର ବିକାଶ ଉପରେ ଆଲୋକପାତ କରିଥିଲେ। ମନ୍ତ୍ରୀ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri