ଖୋଲିଲା ହୀରାକୁଦ ଗେଟ୍‌

ସମ୍ବଲପୁର,୨୮।୭: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ୭ନଂ ସ୍ଲୁଇସ ଗେଟ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ରବିବାର ଜଳଭଣ୍ଡାରରୁ ସ୍ଲୁଇସ ଗେଟ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ ଦୁଇଦିନ ହେଲା ମହାନଦୀ ଅବବାହିକାରେ ବସବାସ କରୁଥିବା ଅଧିବାସୀଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ ରହିବାକୁ ସୂଚନା ଦିଆଯାଉଛି।

ମୁଖ୍ୟଯନ୍ତ୍ରୀ ମହାନଦୀ ବେସିନ ଇଂ. ସୁଶୀଳ କୁମାର ବେହେରା କହିଛନ୍ତି, ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧିପାଇଛି। ରୁଲ୍କର୍ଭ ନିୟମ ଅନୁସାରେ ଜୁଲାଇ ଶେଷ ସୁଦ୍ଧା ଜଳଭଣ୍ଡାରରେ ଜଳସ୍ତର ୬୦୫ ଫୁଟ୍ରୁ ପ୍ରାୟ ୧୦ ଫୁଟ ଅଧିକ ରହିଥିବାରୁ ରବିବାର ସକାଳ ୯ଟାରେ ସ୍ଲୁଇସ ଗେଟ ଖୋଲାଯାଇ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯିବ। ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଓ ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁ ସ୍ଲୁଇସ ଗେଟ ଖୋଲିବା ପ୍ରକ୍ରିୟାର ଶୁଭାରମ୍ଭ କରିବେ ବୋଲି ସେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶକୁ ଅନୁଧ୍ୟାନକରି ଗେଟ ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ। ତେବେ ବର୍ତ୍ତମାନ ସ୍ଥିତିରେ ୧୦ରୁ ୧୨ଟି ଗେଟ ଖୋଲାଯିବ।
ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଜଳସ୍ତର ୬୦୫ ଅତିକ୍ରମ କଲେ ସ୍ଲୁଇସ ଗେଟ ମାଧ୍ୟମରେ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଉପରମୁଣ୍ଡରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬.୯୩ ମିଲିମିଟର ଓ ତଳମୁଣ୍ଡରେ ୨୨.୨୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଶନିବାର ରାତି ସାଢ଼େ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୫.୨୯ଫୁଟ ରହିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୪ହଜାର ୧୧୨ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ବିଭିନ୍ନ କେନାଲ ମାଧ୍ୟମରେ ୩୯ ହଜାର ୫୧୨ ଘନଫୁଟ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri