ବିଜେଡି ଇତିହାସ ଶେଷ, ଆଗାମୀ ୫୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ରାଜ୍‌ କରିବ ଭାଜପା:ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର, ୧୨।୧୨: ବିଜେଡି ଇତିହାସ ଶେଷ ହୋଇଯାଇଛି। ଆଗାମୀ ୫୦ ବର୍ଷ ଯାଏ ଭାଜପା ରାଜ୍ୟରେ ଶାସନ କରିବ। ଗୁରୁବାର ଏମିତି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପୁରୀ ଶ୍ରୀମନ୍ଦିରରେ ମହାପ୍ରମୁଙ୍କ ଦର୍ଶନ ପରେ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଓଡ଼ିଶାରେ ବିଜେଡି ଇତିହାସ ସରି ସରି ଆସୁଛି। ବିଜେପି ଆଗାମୀ ୫୦ ବର୍ଷ ଯାଏ ରାଜ୍ୟରେ ରାଜ୍‌ କରିବ, ଏଥିରେ କୌଣସି ସନ୍ଦେହ ନାହିଁ।
ସେପଟେ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ବିଡେିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଭାଜପା ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଏମିତିକି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଭାଜପାକୁ ଆସିପାରନ୍ତି। ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ। ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ। ଦଳଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ ଏବଂ ଅପମାନିତ ହୁଅନ୍ତୁ । ମୁଁ ଶତ୍ରୁକୁ ମାରିବାକୁ ଚାହେଁନି, ଜୀବନରେ ମିତ୍ରର ଯେତିକି ଆବଶ୍ୟକତା ଶତ୍ରୁର ସେତିକି ଆବଶ୍ୟକତା ଅଛି।

ବିଜେଡିକୁ ତାତ୍ସଲ୍ୟ କରି ସେ ଆହୁରି କହିଛନ୍ତି, ଭାଜପା ଚାହୁଁନି ବିଜେଡି ଭାଙ୍ଗୁ । ଆମର ଲକ୍ଷ ନୁହେଁ ବିଜେଡି ଶୂନ କରିବା । ସେମାନେ ଯଦି ଆସିବାକୁ ଚାହିଁବେ ତେବେ ସ୍ବାଗତ । ଆମର ରାଜ୍ୟ ସଭାରେ ଆବଶ୍ୟକତା ଅଛି । ଭାଜପା ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯେଉଁଦିନ ଚାହିଁବୁ ବିଜେଡିକୁ ଖଣ୍ଡ ଖଣ୍ଡ କରିଦେବୁ । ଗୋଟିଏ ଲୋକ ରହିବେନି । ନବୀନ ପଟ୍ଟନାୟକ ମଧ୍ୟ ପଳେଇ ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri