ବିକାଶର ଇତିହାସ ଲେଖୁଛି ‘ଆମ ଓଡ଼ିଶା ନବୀନ ଓଡ଼ିଶା’

ଭୁବନେଶ୍ୱର,୧୧ା୧୧(ଅନିଲ ଦାସ): ସବୁ ପଞ୍ଚାୟତରେ ପହଞ୍ଚିଲା ‘ଆମ ଓଡ଼ିଶା ନବୀନ ଓଡ଼ିଶା’। ରାଜ୍ୟ ସରକାରଙ୍କ ଗ୍ରାମାଭିମୁଖୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଉଦ୍‌ଘାଟନ ଶୁକ୍ରବାର ଶେଷ ହୋଇଛି। ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଥିବାରୁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି।
କେନ୍ଦୁଝର ଜିଲାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବ ଆନନ୍ଦ ଉତ୍ସାହରେ ଯାଜପୁରରେ ଉଦ୍‌ଯାପନ ହୋଇଛି। ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୬.୫୦ ଲକ୍ଷ ଲୋକ ଭାଗ ନେଇଛନ୍ତି। କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ଜନସାଧାରଣ, ଲୋକପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ୫-ଟି ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ ଭି. କେ. ପାଣ୍ଡିଆନ ଧନ୍ୟବାଦ ଜଣାଇଛନ୍ତି।
ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ଅଭିଯାନ ରାଜ୍ୟର ସମସ୍ତ ଜିଲା, ବ୍ଲକ, ପଞ୍ଚାୟତ ଓ ସମସ୍ତ ଗଁାରେ ପହଞ୍ଚିପାରିଛି। ସାରା ରାଜ୍ୟରେ ୩,୩୯୭ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହୋଇଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଶୁକ୍ରବାର ଭୁବନେଶ୍ବରରୁ ଆଭାସି ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଅନ୍ତିମ ଦିବସରେ କୋରାପୁଟ, ନୂଆପଡ଼ା ଓ ଯାଜପୁର ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ କୋରାପୁଟ ଜିଲାର ଲକ୍ଷ୍ମୀପୁର, କୋଟପାଡ, ଜୟପୁର, କୋରାପୁଟ ଓ ପଟାଙ୍ଗୀ ନିର୍ବାଚନମଣ୍ଡଳୀକୁ ୧୨୦ କୋଟି ଟଙ୍କା ମିଳିଥିବା ବେଳେ, ନୂଆପଡା ଜିଲାର ନୂଆପଡା ଓ ଖରିଆରି ନିର୍ବାଚନମଣ୍ଡଳୀ ପାଇଁ ୬୫.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ସେହିପରି ଯାଜପୁର ଜିଲାର ଯାଜପୁର, ବିଞ୍ଝାରପୁର, ବଡଚଣା, ବରି, ସୁକିନ୍ଦା, ଧର୍ମଶାଳା ଓ କୋରେଇ ନିର୍ବାଚନମଣ୍ଡଳୀକୁ ୧୫୫.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ଓଡିଶା ନବୀନ ଓଡିଶା ଏକ ଅଭିନବ କାର୍ଯ୍ୟକ୍ରମ। ଗଁାରେ ଆଧୁନିକ ବିକାଶର ଭିତ୍ତି ପକେଇବା ପାଇଁ ଏହା ପରିକଳ୍ପନା କରାଯାଇଛି। ଜଗନ୍ନାଥ ସଂସ୍କୃତିକୁ ସାଥିରେ ଧରି, ଡିଜିଟାଲ ଯୁଗ ସହିତ ତାଳ ଦେଇ ଆମ ଓଡିଶାର ଗାଁଗୁଡିକ ଆଗକୁ ବଢୁଛନ୍ତି। ସବୁ ଗଁାର ବିକାଶ ଆମର ଲକ୍ଷ୍ୟ। ଗଁାରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଛନ୍ତି। ପାଣ୍ଡିଆନ୍‌ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମେ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛୁ। ଲୋକ ଯାହା ଚାହିଁଛନ୍ତି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସେହି ଅନୁଯାୟୀ ପ୍ରକଳ୍ପ ମଞ୍ଜୁର କରିଛନ୍ତି। ବିକାଶର ଯାତ୍ରାରେ କେହି ବି ବାଦ ପଡି ନାହାନ୍ତି।
ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲାଗସ୍ତ ପରେ କୋରାପୁଟ ଜିଲାର ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୧୦୮.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ କୋଟପାଡ ନିର୍ବାଚନ ମଣ୍ଡଳୀରେ ୫ଟି ପ୍ରକଳ୍ପ ପାଇଁ ୪୨.୦୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସେହିପରି ଜୟପୁର ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୬.୪୬ କୋଟି , କୋରାପୁଟ ନିର୍ବାଚନ ମଣ୍ଡଳୀରେ ୯ଟି ପ୍ରକଳ୍ପ ପାଇଁ ୧୧ କୋଟି ଟଙ୍କା, ପଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ୬ଟି ପ୍ରକଳ୍ପ ପାଇଁ ୩୧.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହିପରି କୋରାପୁଟ ଜିଲ୍ଲାର ୫ଟି ମଣ୍ଡଳୀରେ ସମୁଦାୟ ୩୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧୯.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ପାଣ୍ଡିଆନ କହିଛନ୍ତି।
ସେହିପରି ନୂଆପଡା ଜିଲ୍ଲାର ଖରିଆର ନିର୍ବାଚନ ମଣ୍ଡଳୀରେ ୧୦ଟି ପ୍ରକଳ୍ପ ପାଇଁ ୪୧୪.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ନୂଆପଡା ନିର୍ବାଚନ ମଣ୍ଡଳୀରେ ୯ଟି ପ୍ରକଳ୍ପ ପାଇଁ ୮୪.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହି ପରି ନୂଆପଡା ଜିଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୯୮.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ପାଣ୍ଡିଆନ ସୂଚନା ଦେଇଛନ୍ତି।
ଯାଜପୁର ଜିଲାର ଯାଜପୁର ନିର୍ବାଚନ ମଣ୍ଡଳୀରେ ୧୩ ପ୍ରକଳ୍ପ ପାଇଁ ୧୦୦.୬୯ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ୯ଟି ପ୍ରକଳ୍ପ ପାଇଁ ୧୭.୮୯ କୋଟି ଟଙ୍କା,ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୩.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛ। ସେହିପରି ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀରେ ୧୩ ପ୍ରକଳ୍ପ ପାଇଁ ୬୮.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ବରି ନିର୍ବାଚନ ମଣ୍ଡଳୀରେ ୯ଟି ପ୍ରକଳ୍ପ ପାଇଁ ୮୭.୪୧ କୋଟି ଟଙ୍କା, କୋରେଇ ନିର୍ବାଚନ ମଣ୍ଡଳୀରେ ୧୦ ପ୍ରକଳ୍ପ ପାଇଁ ୩୮.୭୩କୋଟି, ବଡଚଣା ନିର୍ବାଚନ ମଣ୍ଡଳୀରେ ୮ ପ୍ରକଳ୍ପ ପାଇଁ ୨୪.୪୯ କୋଟି ଟଙ୍କା ମଞ୍ଜୁର କରାଯାଇଛି।
ଏହିପରି ଯାଜପୁର ଜିଲ୍ଲାର ୭ି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୭୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୬୧.୫୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ପାଣ୍ଡିଆନ ସୂଚନା ଦେଇଛନ୍ତି। ୩ଟି ଜିଲାରେ ସମୁଦାୟ ୧୨୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭୯.୯୮ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି ୫-ଟି ଅଧ୍ୟକ୍ଷ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ବାଚସ୍ପତି ପ୍ରମିଳା ମଲ୍ଲିକ, ମନ୍ତ୍ରୀ ରାଜେନ୍ଦ୍ର କୁମାର ଢୋଲକିଆ, ପ୍ରିତିରଞ୍ଜନ ଘଡାଇ, ଏମପି ଶର୍ମିଷ୍ଠା ସେଠୀ, ବିଧାୟକ ପ୍ରଣବ ପ୍ରକାଶ ଦାସ, ଅମର ପ୍ରସାଦ ଶତପଥୀ, ପ୍ରଣବ କୁମାର ବଳବନ୍ତରାୟ, ସୁନନ୍ଦା ଦାସ, ଅଶୋକ କୁମାର ବଳ, ପ୍ରଭୁ ଜାନି, ପଦ୍ମିନୀ ଦିଆନ, ପ୍ରିତମ ପାଢି, ରଘୁରାମ ପଡାଲ ପ୍ରମୁଖ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।
ଯାଜପୁରଠାରେ ଉପସ୍ଥିତ ବିଧାୟକ ପ୍ରଣବ ପ୍ରକାଶ ଦାସ କହିଲେ ଯେ ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପର୍ଣ୍ଣ ଚିନ୍ତାଧାରାକୁ କାର୍ଯ୍ୟରେ ପରିଣତ କରିବାରେ ୫-ଟି ଅଧ୍ୟକ୍ଷଙ୍କ ପ୍ରତିବଦ୍ଧତାର ତୁଳନା ନାହିଁ। ଏହି କାର୍ଯ୍ୟକ୍ରମରେ ୩ଟି ଜିଲାର ଜିଲ୍ଲାପାଳ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?