ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ହଟାଯାଉନି ହୋର୍ଡିଂ

ଭଣ୍ଡାରିପୋଖରୀ,୩୧।୧(ଡି.ଏନ.ଏ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳରେ ତିନି ପ୍ରମୁଖ ଦଳ ପକ୍ଷରୁ ଲୋକଙ୍କୁ ଭେଟି ଭୋଟ୍‌ ଭିକ୍ଷା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ ସରକାରଙ୍କ ଯୋଜନା ସମ୍ପର୍କରେ ସୂଚନା ଦେଉଥିବା ଫଳକ ଓ ଦଳର ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ହୋର୍ଡିଂ ହଟାଇବା ଲାଗି ନିର୍ବାଚନ କମିଶନ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଅନେକ ସରକାରୀ ସ୍ଥାନରେ ଏବେ ମଧ୍ୟ ହୋର୍ଡ଼ିଂ ଲାଗି ରହିଛି। ମୁଖ୍ୟତଃ ପଞ୍ଚାୟତ ପାଇଁ ଭୋଟ୍‌ ଗ୍ରହଣ ହେବାକୁ ଥିବା କେନ୍ଦ୍ର ନିକଟରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ହୋର୍ଡିଂ ରହିଥିବା ଦେଖିବାକୁ ମିଳିଛି।
ରହଣିଆ ହାଇସ୍କୁଲ ମତଦାନ କେନ୍ଦ୍ର ହୋଇଥାଏ। ଉକ୍ତ ସ୍କୁଲ ପାଚେରିକୁ ଲାଗି ରହିଛି ରହଣିଆ ପଞ୍ଚାୟତ କାର୍ଯ୍ୟାଳୟ। ପଞ୍ଚାୟତ ଅଫିସ୍‌ ପାଚେରୀକୁ ଲାଗି ମୁଖ୍ୟମନ୍ତ୍ରୀଙ୍କ ଫଟୋ ସମ୍ବଳିତ ଏକ ହୋର୍ଡିଂ ରହିଛି। ସେହିପରି ନାଅଁାମୀ ପଞ୍ଚାୟତ କାର୍ଯ୍ୟାଳୟ, ସାତଶୋଳା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ମତଦାନ କେନ୍ଦ୍ର ହୋଇଥାଏ। ମାତ୍ର ଏପର୍ଯ୍ୟନ୍ତ ଏହିସବୁ ମତଦାନ କେନ୍ଦ୍ର ସମ୍ମୁଖରୁ ହୋର୍ଡିଂ ହଟାଯାଉ ନାହିଁ। ଅନୁରୂପ ଭାବେ ନାଅଁାମୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥାଇ ମିଶନ ଶକ୍ତିର ହୋର୍ଡିଂ ରହିଛି। ଏପରିକି ବ୍ଲକର ବିଭିନ୍ନ ସରକାରୀ ସ୍ଥାନରେ ମଧ୍ୟ ଦଳୀୟ ମୁଖ୍ୟମାନଙ୍କ ଫଟୋ ଥିବା ଅଭିନନ୍ଦନ ଓ ଅନ୍ୟାନ୍ୟ ଦଳୀୟ ପ୍ରଚାର ତଥ୍ୟ ଥିବା ତୋରଣ, ବ୍ୟାନର ରହିଛି। ଏ ସମ୍ପର୍କରେ ଭଣ୍ଡାରିପୋଖରୀ ତହସିଲଦାର ସରୋଜକାନ୍ତ ନାୟକ କହିଛନ୍ତି, ସମସ୍ତ ହୋର୍ଡିଂ ଚିରି ଦିଆଯାଇଛି। କେଉଁଠି ହୋର୍ଡିଂ ରହିଥିବା ତାଙ୍କ ନଜରକୁ ଆସିନାହିଁ। ତେବେ କେଉଁଠି ଥିଲେ ତାହାକୁ ହଟାଇବା ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri