ଘରକୁ ଫେରିଲେ ହବିଷିଆଳି

ପୁରୀ ଅଫିସ, ୯।୧୧: ଗୋଟିଏ ମାସ କାର୍ତ୍ତିକ ବ୍ରତର ହବିଷ ସାରିବା ପରେ ସୋମବାର ନିଜ ନିଜ ଘରକୁ ଫେରିଛନ୍ତି ହବିଷିଆଳିମାନେ। ପୂର୍ବାହ୍ନରେ ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି ଡ. କନୱର ବିଶାଲ ସିଂ ବୃନ୍ଦାବତୀ ନିବାସରେ ପହଞ୍ଚତ୍ ଏକ ଭାବପୂର୍ଣ୍ଣ ପରିବେଶ ମଧ୍ୟରେ ହବିଷିଆଳିମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ମାସ ସାରା ନିଜ ପରିବାର ଛାଡ଼ି ହବିଷିଆଳିମାନେ ଏହି ନିବାସରେ ରହିଥିଲେ। ସେମାନଙ୍କ ସେବା ଓ ସ୍ବଚ୍ଛନ୍ଦ ପାଇଁ ସରକାର ଓ ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଥିଲେ। ଏହି ମାସର ଅଭିଜ୍ଞତା ଆଗାମୀ ଦିନରେ ପ୍ରଶାସନକୁ ଅଧିକ ଋଦ୍ଧିମନ୍ତ ଓ କ୍ରିୟାଶୀଳ କରିବ ବୋଲି କହିବା ସହ ପ୍ରତ୍ୟେକ ହବିଷିଆଳିଙ୍କୁ ଜିଲାପାଳ ମହାପ୍ରଭୁଙ୍କ ଶୁଖିଲା ଭୋଗ ଓ ଫଳ ପ୍ରଦାନ କରିଥିଲେ। ସେମାନେ ନିଜ ଅଭିଜ୍ଞତା ବର୍ଣ୍ଣନା କରି ବିଗତବର୍ଷଠାରୁ ଚଳିତବର୍ଷର ରାଇଦାମୋଦର ବା ହବିଷ ଅତ୍ୟନ୍ତ ସୁଖଦ ଓ ଶୃଙ୍ଖଳିତ ଥିଲା ବୋଲି କହିଥିଲେ। ସରକାର ଓ ପ୍ରଶାସନ ଖୁବ ଭଲ ଭାବେ ଆମ ଦାୟିତ୍ୱ ନେବା ସହ ବୃନ୍ଦାବତୀ ପୂଜା, ସ୍ବେଚ୍ଛାସେବୀଙ୍କ ସହଯୋଗ ଓ ସେବା, ମନ୍ଦିର ଓ ଠାକୁର ଦର୍ଶନ, ମହାପ୍ରସାଦ ସେବନ, ଭଜନ ପ୍ରବଚନ ଶ୍ରବଣ ଇତ୍ୟାଦି ଖୁବ୍‌ ଭଲ ଥିଲା। ଘରୁ ଆସିଥିଲା ବେଳେ କେମିତି କ’ଣ ହେବ ବୋଲି ଆଶଙ୍କାରେ ଥିଲୁ। ଏବେ ଏଠି ଛାଡି ଯିବାବେଳେ ମାସକର ସ୍ନେହ ମମତାକୁ ଭାବି ଦୁଃଖ ଲାଗୁଛି। ଈଶ୍ୱରଙ୍କ ଆଶୀର୍ବାଦ ଥିଲେ ପୁଣି ଆରବର୍ଷକୁ ଆସିବୁ ବୋଲି କୋହଭରା କଣ୍ଠରେ ହବିଷିଆଳିମାନେ କହୁଥିଲେ। ଏପରିକି ମାସେ ରହଣି ଭିତରେ ପରସ୍ପର ମଧ୍ୟରେ ଗଢି ଉଠିଥିବା ସମ୍ପର୍କ ଦୃଷ୍ଟିରୁ ଆଜି ଘରକୁ ଫେରିବାବେଳେ ହବିଷିଆଳିମାନେ କାନ୍ଦି ପକାଉଥିବା ଦେଖିବାକୁ ମିଳିଥିଲା। ସମସ୍ତ ହବିଷିଆଳି କେନ୍ଦ୍ରରେ ମଧ୍ୟ ଅନୁରୂପ ଭାବେ ଭୋଗ ଓ ଫଳ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ମିହିର ପ୍ରସାଦ ପଣ୍ଡା, ପୁରୀ ପୌରନିର୍ବାହୀ ଅଧିକାରୀ ସରୋଜ ସ୍ବାଇଁ, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଅଜିତ ମହାପାତ୍ର, ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର, ରଞ୍ଜନ ବେହେରା, ରାକେଶ ପଣ୍ଡା, ଆଶୁତୋଷ ଦେବ, ପୁରୀ ତହସିଲଦାର କ୍ଷୀରୋଦ ବେହେରା, ପୁରୀ ଅତିରିକ୍ତ ପୌରନିର୍ବାହୀ ଅଧିକାରୀ ମନୋଜ ବେହେରା, ସହକାରୀ ଜିଲାପାଳ ରାଜ ବଲ୍ଲଭ ନାୟକ, ଆର୍‌ଟିଓ ରବୀନ୍ଦ୍ର ପଟ୍ଟନାୟକ, ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜ ପ୍ରଧାନ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri