Posted inଖେଳ

ହକି କ୍ୟାମ୍ପ ୧୯ରେ ଆରମ୍ଭ ହେବନାହିଁ

ନୂଆଦିଲ୍ଲୀ, ୧୬।୭(ପି.ଟି.)- ଭାରତୀୟ ମହିଳା ଓ ପୁରୁଷ ହକି ଦଳର କ୍ୟାମ୍ପ ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟରରେ ଚଳିତମାସ ୧୯ ତାରିଖରୁ ଆରମ୍ଭ ହେବାର ଥିଲା। ମାତ୍ର କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଇଥିବାରୁ ସହରକୁ ୭ ଦିନ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ କରାଯାଇଛି। ତେଣୁ ଧାର୍ଯ୍ୟ ଦିବସରେ ଜାତୀୟ କ୍ୟାମ୍ପ ଆରମ୍ଭ ହେବନାହିଁ। ଏହି ମହାନଗରୀରେ ଗମ୍ଭୀର ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଯୋଜନାରେ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ସାଇ ସେଣ୍ଟରରେ ୨ ମାସ ବନ୍ଦ ହୋଇ ରହିଥିବା ଖେଳାଳିମାନେ ଏବେ ନିଜ ନିଜ ଘରେ ସମୟ କାଟୁଛନ୍ତି। ଚଳିତ ମାସ ୧୯ ତାରିଖ ସୁଦ୍ଧା ସେମାନେ ସାଇ ସେଣ୍ଟରକୁ ଫେରିବା କାର୍ଯ୍ୟକ୍ରମ ରହିଛି। ବର୍ତ୍ତମାନ ପରିସ୍ଥିତିରେ ପୂର୍ବ ନିର୍ଦ୍ଧାରିତ ତାରିଖରେ କ୍ୟାମ୍ପ ଆରମ୍ଭ ହେବା ସମ୍ଭବ ନୁହେଁ ବୋଲି ସାଇର ଜଣେ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ” ଜୁନ୍‌ ୧୮ରେ କ୍ୟାମ୍ପ ଆରମ୍ଭ କରିବାକୁ ଆମକୁ ବର୍ତ୍ତମାନସୁଦ୍ଧା କୁହା ଯାଇନାହିଁ। ଆମକୁ କେବଳ ଖେଳାଳିଙ୍କୁ ଘରକୁ ଛାଡ଼ିବାକୁ ନିର୍ଦ୍ଦେଶ ଦିଆ ଯାଇଥିଲା। ମାତ୍ର କ୍ୟାମ୍ପ ଆରମ୍ଭ ସମ୍ପର୍କରେ କିଛି ସୂଚନା ନାହିଁ। ଜୁଲାଇ ୨୨ ପର୍ଯ୍ୟନ୍ତ ବେଙ୍ଗାଲୁରୁ ସହର ଲକ୍‌ଡାଉନ୍‌ ରହିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ଚଳିତ ମାସ ଶେଷ ପର୍ଯ୍ୟନ୍ତ ବୃଦ୍ଧି କରାଯିବା ସମ୍ଭାବନା ରହିଛି। ତେଣୁ ବେଙ୍ଗାଲୁରୁରେ ସମ୍ପ୍ରତି କ୍ୟାମ୍ପ ଆରମ୍ଭ ସମ୍ଭବ ନୁହେଁ“ ବୋଲି ସେ କହିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅନ୍ୟ ୫୩ ଜାତୀୟ ସ୍ପୋଟର୍‌ସ ଫେଡେରେଶନ ସହିତ ହକି ଇଣ୍ଡିଆ ଉପରୁ ସ୍ବୀକୃତି ପ୍ରତ୍ୟାହାର ହୋଇଛି। ଏହା ଏକ ଜଟିଳ ପରିସ୍ଥିତି ସୃଷ୍ଟି କରିଥିବାରୁ ସାଇ ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ କ୍ୟାମ୍ପକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇ ପାରିନାହିଁ। ଖେଳାଳିମାନଙ୍କୁ କିଛି ନିର୍ଦ୍ଦେଶ ମିଳି ନ ଥିବାରୁ କେବଳ ପୁରୁଷ ଦଳର ମୁଖ୍ୟ କୋଚ୍‌ ଗ୍ରାହାମ ରିଡ୍‌, ବୈଜ୍ଞାନିକ ପରାମର୍ଶଦାତା ରବିନ ଆର୍କେଲ ଓ ଓ୍ବେନ ଲୋମ୍ବାର୍ଡ ସାଇ ସେଣ୍ଟରରେ ରହିଛନ୍ତି। ଗତ ମାସରେ ଘରକୁ ନେଦରଲାଣ୍ଡ୍ସ ଯାଇଥିବା ମହିଳା ଦଳର କୋଚ୍‌ ଜୋର୍ଡ ମାରିଜନେ ଏବଂ ବିଶ୍ଳେଷଣାତ୍ମକ କୋଚ୍‌ ଜାନେକ ସ୍କୁପମ୍ୟାନ ଆସନ୍ତା ମାସରେ ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା ରହିଛି। ପୁରୁଷ ଦଳର ବିଶ୍ଳେଷଣାତ୍ମକ କୋଚ୍‌ କ୍ରିସ୍‌ ସିରିଏଲୋ ମଧ୍ୟ ନିଜ ଘର ଅଷ୍ଟ୍ରେଲିଆରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri