Posted inଖେଳ

ନୀରଜଙ୍କୁ ପ୍ରଶଂସା କଲେ ହକି ଅଧିନାୟକ

ଟୋକିଓ,୮।୮: ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ଭାରତ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିତ୍ବା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କୁ ଟୋକିଓରେ ଭାରତୀୟ ଅଲିମ୍ପିକ୍ସ ଦଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ହକି ଅଧିନାୟକ ମନପ୍ରୀତ ସିଂଙ୍କ ସମେତ ଟୋକିଓରେ ଏବେ ରହିଥିବା ଅନ୍ୟ ଅଲିମ୍ପକ୍ସ ଖେଳାଳିମାନେ ଓ ଅଫିସିଆଲମାନେ ନୀରଜଙ୍କ ଏହି ସଫଳତାକୁ ଐତିହାସିକ ବୋଲି କହିଛନ୍ତି। ଅଲିମ୍ପିକ୍ସ କ୍ରୀଡ଼ାଗ୍ରାମରେ ଶନିବାର ରାତିରେ ଏକ ଛୋଟିଆ ଉତ୍ସବରେ ନୀରଜଙ୍କ ସଫଳତାକୁ ଭୂୟସୀ ପ୍ରଶଂସା କରାଯାଇଥିଲା। ଏହି ଅବସରରେ ଏକ କେକ୍‌ ମଧ୍ୟ କଟାଯାଇଥିଲା। ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ଭାରତର ଏହି ପ୍ରଥମ ବ୍ୟକ୍ତିଗତ ସ୍ବର୍ଣ୍ଣ ପଦକ ହାସଲକୁ ମନପ୍ରୀତ ପ୍ରଶଂସା କରିଥିଲେ।

ଏବେ ସାରା ଦେଶରେ କେବଳ ନୀରଜଙ୍କୁ ନେଇ ଚର୍ଚ୍ଚା ଚାଲିଛି। ଦୀର୍ଘବର୍ଷ ଧରି ନୀରଜ କଠିନ ପରିଶ୍ରମ କରିଆସିଥିଲେ ଓ ଏବେ ସେ ତାଙ୍କର ଫଳ ପାଇଛନ୍ତି। ସ୍ବର୍ଣ୍ଣ ପଦକ ହାସଲ କରିବାକୁ ସେ ଯୋଗ୍ୟ ବୋଲି ମନପ୍ରୀତ କହିଛନ୍ତି। ତାଙ୍କ ପାଇଁ ଦେଶ ଗର୍ବିତ। ଏହା ବ୍ୟତୀତ ଅଲିମ୍ପିକ୍ସରେ ଅଂଶଗ୍ରହଣ କରି ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ପ୍ରୟାସ କରିଥିବା ସବୁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ମନପ୍ରୀତ କହିଛନ୍ତି। ମନପ୍ରୀତଙ୍କ ନେତୃତ୍ୱରେ ଭାରତୀୟ ହକି ଦଳ ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ହାସଲ କରି ଇତିହାସକୁ ଦୋହରାଇଛି। ପୂରା ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନଙ୍କର ଯତ୍ନ ନେବାସହ ବିଭିନ୍ନ ଆବଶ୍ୟକତା ପୂରଣ କରିଥିତ୍ବା ଅଫିସିଆଲମାନଙ୍କୁ ମଧ୍ୟ ସେ କୃତଜ୍ଞତା ଜଣାଇଛନ୍ତି। ଭାରତୀୟ ଦଳର ଅଧିକାଂଶ ଖେଳାଳି ସୋମବାର ସକାଳେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri