୨୦୨୨ ସୁଦ୍ଧା ସରିବ ହକି ଷ୍ଟାଡିୟମ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲା ହକି ଷ୍ଟାଡିୟମ ନିର୍ମାଣ ଶେଷ ହେବ। ରାଉରକେଲାରେ ଏକ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ନିର୍ମାଣ କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦ ଡିସେମ୍ବରରେ ଘୋଷଣା କରିଥିଲେ। ଏହି ନୂଆ ଷ୍ଟାଡିୟମରେ ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ ଆୟୋଜନ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ହେବ। ଏଥିରେ ଏକା ସାଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିଆନ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଆର. ଭିନିଲକ୍ରୀଷ୍ଣା ଏହି ପ୍ରସ୍ତାବିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ବିପିୟୁଟି ପରିସରରେ ହେବାକୁ ଥିବା ଏହି ପ୍ରସ୍ତାବିତ ଷ୍ଟାଡିୟମ ଉଭୟ ଖେଳାଳି ଓ ଦର୍ଶକଙ୍କୁ ଯେପରି ବିଶ୍ୱସ୍ତରୀୟ ଅନୁଭୂତି ପ୍ରଦାନ କରିପାରିବ ତାକୁ ଦୃଷ୍ଟିରେ ରଖି ଏହାର ଡିଜାଇନ ପ୍ରସ୍ତୁତ କରାଯାଉଛି। ବିଶ୍ୱର ଅତ୍ୟାଧୁନିକ ଏବଂ ସମନ୍ବିତ ହକି ଷ୍ଟାଡିୟମ ଭାବେ ଏହାକୁ ଗଢିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିରେ ମୁଖ୍ୟ ପିଚ୍‌ ସହିତ ଫ୍ଲଡ୍‌ ଲାଇଟ, ଅଭ୍ୟାସ ପିଚ୍‌, ଜିମ୍‌, ହାଇଡ୍ରୋଥେରାପି, ମିଡିଆ କେନ୍ଦ୍ର, ବେତାର କେନ୍ଦ୍ର ସହିତ ପାର୍କିଂ ଏବଂ ଦର୍ଶକଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବ୍ୟବସ୍ଥା ରହିବ।
ସୁନ୍ଦରଗଡ଼ ଜିଲା ହକି ଖେଳାଳିଙ୍କ ପାଇଁ ପ୍ରସିଦ୍ଧ । ଭାରତୀୟ ହକିକୁ ସୁନ୍ଦରଗଡ଼ର ମହାନ୍‌ ଅବଦାନ ପ୍ରତି ସମ୍ମାନ ଜଣାଇ ରାଜ୍ୟ ସରକାର ଏହି ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି। ଏହି ଷ୍ଟାଡିୟମ ରାଉରକେଲା ତଥା ସୁନ୍ଦରଗଡ଼ ଜିଲାର ଏକ ପ୍ରମୁଖ ସ୍ଥାନରେ ପରିଣତ ହେବ। ମୁଖ୍ୟ ଶାସନ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ ଏହି ପ୍ରକଳ୍ପ ସମ୍ପର୍କରେ କ୍ରୀଡା ବିଭାଗର ସ୍ବତନ୍ତ୍ର ସଚିବଙ୍କ ସହ ଆଲୋଚନା କରିଥିଲେ। ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri