ପୂର୍ଣ୍ଣ ଦର୍ଶକଙ୍କ କ୍ଷମତାରେ ହେବ ହକି ବିଶ୍ୱକପ୍‌

ଭୁବନେଶ୍ବର,୨ା୧(ବ୍ୟୁରୋ):ଓଡ଼ିଶାରେ ହକି ବିଶ୍ୱକପ୍‌ ଆୟୋଜନରେ ଯେପରି ଟିକେ ବି ଭୁଲ୍‌ ନ ହୁଏ, ସେନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତି ଉପରେ ଗୁରୁତ୍ୱ ଦେଉଛନ୍ତି। ଗତ ୨ ବର୍ଷ ହେଲା କୋଭିଡ୍‌ ଯୋଗୁ ସାରା ଦେଶରେ କରୋନା କଟକଣା ରହିଥିଲା। ତେବେ ଚଳିତ ଥର ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଚାଇନା ଏବଂ ଅନ୍ୟାନ୍ୟ ଦେଶରେ କରୋନା ବୃଦ୍ଧି ପାଉଥିବା ବେଳେ ଭାରତ ତଥା ଓଡ଼ିଶାରୁ ମଧ୍ୟ ନୂଆ ଭାରିଏଣ୍ଟର କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତଥାପି ପୂର୍ଣ୍ଣ ଦର୍ଶକଙ୍କ କ୍ଷମତାରେ ଏଥର ହକି ବିଶ୍ୱକପ୍‌ ମ୍ୟାଚ୍‌ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବିଶ୍ୱକପ୍‌ ପାଇଁ କୌଣସି ବାଧ୍ୟତାମୂଳକ ଗାଇଡ୍‌ ଲାଇନ ରହିବ ନାହିଁ। ହକି ବିଶ୍ୱକପ୍‌ ରୂପରେଖ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ତାଙ୍କ ପ୍ରତିକ୍ରିୟାରେ ଏହା କହିଛନ୍ତି। ହକି ମହାକୁମ୍ଭ ପାଇଁ ରାଜ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବାବେଳେ ସମସ୍ତ ଚ୍ୟାଲେଞ୍ଜକୁ ସଫଳତାର ସହ ସାମ୍ନା କରି ଓଡ଼ିଶା ଇତିହାସ ରଚିବ ବୋଲି ସେ ସୂଚନା ଦେଇଛନ୍ତି। ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱର ଏବଂ ରାଉରକେଲାରେ ହକି ବିଶ୍ୱକପ୍‌ ମ୍ୟାଚ୍‌ଗୁଡ଼ିକ ଅନୁଷ୍ଠିତ ହେବ। ରାଉରକେଲା ଷ୍ଟାଡିୟମରେ ୧୬ଟି ଅଂଶଗ୍ରହଣକାରୀ ଦଳ ରହିବେ। ତେବେ ହୋଟେଲ ତାଜ୍‌ ଗ୍ରୁପ୍‌ ସେଠାରେ ପରିଚାଳନାରେ ନିୟୋଜିତ ହେବ। ଖେଳାଳି, କୋଚ୍‌, ଅଫିସିଆଲଙ୍କ ଚାକଚକ୍ୟ ରହଣି ସାଙ୍ଗକୁ ଖାଦ୍ୟ ପରଷିବ ତାଜ୍‌ ହୋଟେଲ। ତେବେ ୭ ମାସ ତଳେ ରାଉରକେଲାରେ ଭଲ ହୋଟେଲ, ଏପରିକି ଅନ୍ୟ ଦେଶର ଖେଳାଳିମାନେ ରହିପାରିଲା ଭଳି ନ ଥିଲା। ହେଲେ ୭ ମାସ ମଧ୍ୟରେ ବହୁତ ଭଲ ହୋଟେଲ ପ୍ରସ୍ତୁତ କରାଗଲା। ଏହାର ପରିଚାଳନା ଦାୟିତ୍ୱ ତାଜ୍‌ ହୋଟେଲ ହାତରେ ଦିଆଯାଇଛି। ମୁଖ୍ୟତଃ ଛାତ୍ର, ଯୁବକ ଏବଂ ସ୍ଥାନୀୟ ଲୋକମାନେ ଯେପରି ଅଧିକ ମାତ୍ରାରେ ଏହି ବିଶ୍ୱକପ୍‌ରେ ମ୍ୟାଚ୍‌ ଦେଖିବା ଲାଗି ସାମିଲ ହେବେ, ସେନେଇ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଅନ୍ୟପକ୍ଷରେ ଭାରତ ଖେଳିବାକୁ ଥିବା ସମସ୍ତ ହକି ମ୍ୟାଚ୍‌ର ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ଟିକେଟ୍‌ ବିକ୍ରି ହୋଇଯାଇଛି। ତେଣୁ ହକି ବିଶ୍ୱକପ୍‌ ଦେଖିବାକୁ ଦର୍ଶକଙ୍କ ଭିତରେ ପ୍ରବଳ ଉତ୍କଣ୍ଠା ରହିଥିବା ଜଣାପଡ଼ିଛି।
ଟ୍ରାଫିକ୍‌ ପରିଚାଳନା, ଖେଳାଳିଙ୍କ ସୁରକ୍ଷା ଚ୍ୟାଲେଞ୍ଜିଂ ରହିବ: ଡିଜି
ପୋଲିସ ଡିଜି ସୁନୀଲ ବଂଶଲ କହିଛନ୍ତି, ହକି ବିଶ୍ୱକପ୍‌ ପୋଲିସ ପାଇଁ ଚ୍ୟାଲେଞ୍ଜ ରହିବ। ଏହା ଏକ ଅନ୍ତର୍ଜାତୀୟ ମ୍ୟାଚ୍‌ ହୋଇଥିବାରୁ ରାଜ୍ୟ ନିମନ୍ତେ ପ୍ରତିଷ୍ଠାର ବିଷୟ। ଦେଶୀବିଦେଶୀ ହକିପ୍ରେମୀମାନେ ଖେଳ ଦେଖିବାକୁ ଆସିବେ। ତେଣୁ ବିଶ୍ୱକପ୍‌ ସୁପରିଚାଳନା ଯଥା ଖେଳାଳିଙ୍କ ସୁରକ୍ଷା ଓ ଟ୍ରାଫିକ ପରିଚାଳନା ପୋଲିସ ପାଇଁ ଚ୍ୟାଲେଞ୍ଜିଂ ରହିବ। ସେହିପରି ଚଳିତବର୍ଷ ସାଇବର କ୍ରାଇମ୍‌, ନକ୍ସଲ ଦମନ, ନିଶା ଚୋରାଚାଲାଣ ରୋକିବା, ଅପରାଧ ନିୟନ୍ତ୍ରଣ ପୋଲିସ ପାଇଁ ପ୍ରାଥମିକତା ରହିବ ବୋଲି କହିଛନ୍ତି ସୁନୀଲ ବଂଶଲ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri