ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି ପଦବୀରେ ପୁନଃ ଅବସ୍ଥାପିତ କରିବା ପାଇଁ ମାନ୍ୟବର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମାନ୍ୟବାର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାର ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ବେଆଇନ ଭାବେ ପଦବୀରୁ ଅପସାରିତ କରିଥିବା ତାଙ୍କ ଆଦେଶରେ ଦର୍ଶାଇବା ସହ ତାଙ୍କୁ ତୁରନ୍ତ ପୌରାଧ୍ୟକ୍ଷା ପଦବୀରେ ପୁନଃ ଅବସ୍ଥାପିତ କରିବାକୁ ପୌର ନିର୍ଦ୍ଦେଶକ ତଥା ରାଜ୍ୟ ଗୃହ ଏବଂ ନଗରଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବଙ୍କୁ ଆଦେଶ ଦେଇଛନ୍ତି। ଏଥିସହ ପୌର ପରିଷଦ ଭାରପ୍ରାପ୍ତ ଅଧ୍ୟକ୍ଷ ପଦରେ ଥିବା ପୌର ପରିଷଦର ଉପାଧ୍ୟକ୍ଷ ପ୍ରଜିତ କୁମାର ଭୋଜଙ୍କୁ ଏହି ପଦବୀରୁ ଦାୟିତ୍ୱମୁକ୍ତ କରିବାକୁ ତାଙ୍କ ଆଦେଶରେ ଉଲ୍ଲେଖ କରିଛନ୍ତି । ଏଠାରେ ସୂଚନା ଯୋଗ୍ୟ ଯେ, ପୌରାଧ୍ୟକ୍ଷା ଶ୍ରୀମତି ଦେଈଙ୍କ ବିରୁଦ୍ଧରେ ନିୟମିତ ମାସିକ ବୈଠକ ଡାକୁନଥବା , ମାର୍କେଟ ଟେଣ୍ଡର ଓ ମୁକ୍ତା ଯୋଜନାରେ ଅନିୟମିତା କରିଥିବା ଅଭିଯୋଗ ହୋଇଥିଲା । ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳ ଏ ଅଭିଯୋଗର ତଦନ୍ତ କରି ତଦନ୍ତ ରିପୋର୍ଟ ଦାଖଲ କଲା ପରେ ରାଜ୍ୟ ସରକାର ପୌରାଧ୍ୟକ୍ଷାଙ୍କ ଶ୍ରୀମତି ଦେଈଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତାଙ୍କୁ ପୌରାଧ୍ୟକ୍ଷା ପଦବୀରୁ ଅପସାରଣ କରିଥିଲେ। ଫଳରେ ୨୦୨୫ ଜାନୁୟାରୀ ୩୧ ତାରିଖରେ ଦେବଗଡ ପୌର ପରିଷଦର ଉପାଧ୍ୟକ୍ଷ ପ୍ରଜିତ କୁମାର ଭୋଜ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ କାର୍ଯ୍ୟ ତୁଲାଉଥିଲେ। ଅପସାରିତ ହେବାପରେ ପୌରାଧ୍ୟକ୍ଷା ଶ୍ରୀମତି ଦେଈ ରାଜନୈତିକ ଆକ୍ରୋଶ ରଖି ସରକାର ଏଭଳି ପଦକ୍ଷେପ ନେଇଥିବାସେହି ସମୟରେ ଅଭିଯୋଗ କରିଥିଲେ। ସେହିପରି ଏନେଇ ସେ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିବାବେଳେ ଏହା ମାନ୍ୟବର ଓଡ଼ିଶା ଉଚ୍ଚ ନ୍ୟାୟଳୟରେ ବିଚାରାଧିନ ରହିଥିଲା । ମାନ୍ୟବର ଉଚ୍ଚ ନ୍ୟାୟାଳୟର ଏହି ଆଦେଶ ପରେ ଶ୍ରୀମତି ଦେଈଙ୍କ ଅନୁଗତ ଓ ସମର୍ଥକସଙ୍କ ସମେତ ଜିଲା ବିଜେଡି ମହଲରେ ଖୁସିର ଲହରୀ ଦେଖିବାକୁ ମିଳିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri