Posted inଖେଳ

ମଉଳୁଛି ଟିମ୍‌ ଇଣ୍ଡିଆର ଆଶା

ଦୁବାଇ,୩।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ସେମିଫାଇନାଲ ଆଶା ଧିରେ ଧିରେ ଶେଷ ହେବାକୁ ଯାଉଛି। ବୁଧବାର ଅପରାହ୍ନରେ ଦୁବାଇଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୧୬ ରନ୍‌ରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଏଥିସହ ନ୍ୟୁଜିଲାଣ୍ଡ ସେମିଫାଇନାଲ ନିକଟତର ହୋଇଛି। ଅନ୍ୟପକ୍ଷରେ ପୂର୍ବରୁ ଦୁଇଟି ମ୍ୟାଚ୍‌ରେ ଶୋଚନୀୟ ପରାଜୟ ବରଣ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳର ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ ହେବା ସମ୍ଭାବନା ମଧ୍ୟ ପ୍ରାୟତଃ ଶେଷ ହୋଇଛି।

ମ୍ୟାଚ୍‌ରେ ସ୍କଟଲାଣ୍ଡ ଉଭୟ ବଲ ଓ ବ୍ୟାଟରେ ପ୍ରଭାବି ପ୍ରଦର୍ଶନ କରିଥିଲେ। ଏହାସତ୍ତ୍ୱେ ଶକ୍ତିଶାଳୀ ନ୍ୟୁଜିଲାଣ୍ଡକୁ ହରାଇ ପାରି ନ ଥିଲା ସ୍କଟଲାଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୨୦ ଓଭରରେ ୫ ଉଇକେଟ ହରାଇ ୧୭୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। କେବଳ ମାର୍ଟିନ ଗୁପଟିଲଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟର ସ୍କଟଲାଣ୍ଡ ବୋଲରଙ୍କ ସମ୍ମୁଖୀନ ହୋଇପାରି ନ ଥିଲେ। ୫୬ ବଲରେ ୬ ଚୌକା ଓ ୭ ଛକା ବଳରେ ୯୩ ରନ୍‌ର ପାଳି ଖେଳିଥିଲେ ଗୁପଟିଲ। ଜବାବରେ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇବାରୁ ବିଜୟ ସ୍କଟଲାଣ୍ଡ ବିଜୟ ଲକ୍ଷ୍ୟଠାରୁ ୧୭ ରନ୍‌ ଦୂରରେ ରହିଯାଇଥିଲା। କିନ୍ତୁ ଜର୍ଜ ମୁନ୍‌ସେ (୨୨), ମାଥ୍ୟୁ କ୍ରସ (୨୭) ଓ ମାଇକେଲ ଲିସ୍କ (୪୨*) ଶେଷ ପର୍ଯ୍ୟନ୍ତ ଲଢ଼େଇ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri